କେନ୍ଦୁଝର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନେଙ୍କଡାଘର ନିକଟ 20 ନଂ ଜାତୀୟ ରାଜପଥରେ ଦୁଇଟି ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ 3 ଜଣ ଗୁରୁତର ଭାବେ ଆହାତ ହୋଇଛନ୍ତି ।
ତେବେ ସେମାନଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାରେ ଭତ୍ତୀ କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ସ୍ଥାନାନ୍ତରିତ କରାଯାଇଛି ।
କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ