କେନ୍ଦୁଝର: ବିଦ୍ୟୁତ, ଗ୍ୟାସ, ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହୁ ହୁ ହେଇ ବଢି ଚାଲିଛି । ଏନେଇ ଆଜି କେନ୍ଦୁଝର ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି । ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯୁବ କଂଗ୍ରେସର କର୍ମୀମାନେ ଏକ ଶୋଭାଯାତ୍ରାରେ ଆସିଥିଲେ ।
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପାରଗତା ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଏହି ଦରବୃଦ୍ଧିକୁ ଉପରେ ସରକାର ରୋକ ନ ଲଗାଇଲେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଚେତାବନୀ ଦେଇଛି ଯୁବ କଂଗ୍ରେସ ।
କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ