ETV Bharat / state

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

କେନ୍ଦୁଝର ଜିଲ୍ଲା ରମ୍ପାକୋଟ ଗାଁରେ 11 କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ପ୍ରାଣ ହରାଇଛି । ପୋଲିସର ତଦନ୍ତ ଜାରି ।

author img

By

Published : Jun 25, 2019, 9:02 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦୁଝର

କେନ୍ଦୁଝର: ଜିଲ୍ଲାର ପିଠାଗୋଳା ଗ୍ରାମ ପଞ୍ଚାୟତରେ ଅଘଟଣ । ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ଯୁବକ ଜଣକ ରମ୍ପାକୋଟ ଗାଁର ବ୍ରହ୍ମାନନ୍ଦ ସାହୁଙ୍କ ପୁଅ ବିବେକ ସାହୁ ବୋଲି ଜଣାପଡ଼ିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦୁଝର

ସୂଚନା ମୁତାବକ, ଆଜି (ମଙ୍ଗଳବାର) ସନ୍ଧ୍ୟା ସମୟରେ ଯୁବକ ଜଣକ ଘରପଛ ପାଖ ବଗିଚା ନିକଟରେ ବସିଥିବା ଟ୍ରାନ୍ସଫର୍ମର ନିକଟରେ କୌଣସି କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଫଳରେ ସେ ଘଟଣାସ୍ଥଳରେ ଗୁରୁତର ହୋଇ ପଡିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି ।

ଖବରପାଇ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ

Intro:Body:ସ୍ଲଗ- ୧୧ହଜାର କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ମୃତ

ଆଙ୍କର- ୧୧୦୦୦ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକର ମୃତ୍ୟୁ ଘଟିଥିବାର ଜଣାପଡିଛି । ଖବର ଅନୁଯାୟୀ ମୃତକ ଯୁବକ ଜଣକ ପିଠାଗୋଳା ଗ୍ରାମ ପଞ୍ଚାୟତ ରମ୍ପାକୋଟ ଗ୍ରାମର ବ୍ରହ୍ମାନନ୍ଦ ସାହୁଙ୍କ ପୁଅ ବିବେକ ସାହୁ ବୋଲି ଜଣାପଡ଼ିଛି । ଆଜି ସନ୍ଧ୍ୟା ୫ଘଟିକା ସମୟରେ ଯୁବକ ଜଣକ ଘରପଛ ପାଖ ବଗିଚା ନିକଟରେ ବସିଥିବା ୧୧୦୦୦ କିଲୋ ଭୋଲଟ୍ ଟ୍ରାନ୍ସଫର୍ମର ନିକଟରେ କୈାଣସି କାମକରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଫଳରେ ଯୁବକ ଜଣକ ଘଟଣାସ୍ଥଳରେ ଗୁରୁତର ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି । ଖବର ପାଇ ପୋଲିସ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.