ଖୋର୍ଦ୍ଧା : ମୁମ୍ବାଇର ଥାନେ ଅଞ୍ଚଳରୁ ଖୋର୍ଦ୍ଧା ରୋଡ଼ ଷ୍ଟେସନରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ । ବୁଧବାର ସକାଳ 9ଟା ସମୟରେ ଏହି ଟ୍ରେନ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ,ଜିଲ୍ଲାପାଳ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ସେମାନଙ୍କୁ ସ୍ବାଗତ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ମୁମ୍ବାଇର ଥାନେ ସହରରୁ ଓଡ଼ିଶାର କେନ୍ଦ୍ରାପଡ଼ା ,ଖୋର୍ଦ୍ଧା , ନୂଆପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ର ପ୍ରାୟ 261 ଜଣ ପ୍ରବାସୀ ନିଜ ରାଜ୍ୟକୁ ଫେରିଛନ୍ତି ।
ଷ୍ଟେସନରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କର ସ୍କ୍ରିନି ଓ ରେଜିଷ୍ଟ୍ରେସନ କରାଯାଇ ସେମାନଙ୍କ ଜିଲ୍ଲାରୁ ଆସିଥିବା ସ୍ବତନ୍ତ୍ର ବସ ଯୋଗେ ସେମାନଙ୍କୁ ନିଜ ନିଜ ଅଞ୍ଚଳର କ୍ବାରେଣ୍ଟାଇନ ସେଣ୍ଟରକୁ ପଠାଯାଇଥିବା ସୂଚନା ମିଳିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ