ETV Bharat / state

Capital Foundation Day: ଏଥର ଧୂମଧାମରେ ପାଳନ ହେବ ରାଜଧାନୀର ଜନ୍ମଦିନ

author img

By

Published : Apr 4, 2023, 7:14 AM IST

୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠାର ଶିଳାନ୍ୟାସ କରିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ ଜୟନ୍ତୀ ପାଳନ କରାଯିବ । ଏହି ଉତ୍ସବକୁ ସରସ ସୁନ୍ଦର, ଆନନ୍ଦ ଉଲ୍ଲାସ ଏବଂ ଅଧିକ ଆକର୍ଷଣୀୟ ସହକାରେ ପାଳନ କରିବାକୁ ଉନ୍ନୟନ କମିଶନର ଅନୁ ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ।

https://www.etvbharat.com/oriya/odisha/state/khurda/odisha-govt-waives-entertainment-tax-on-odia-film-delivery-boy-aproved-by-cm-naveen-patnaik/or20230403211542544544788

ଧୂମଧାମରେ ପାଳନ ହେବ ୭୫ ତମ ରାଜଧାନୀ ଜନ୍ମ ଦିବସ

ଭୁବନେଶ୍ବର: ଆଗାମୀ ଏପ୍ରିଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଗତକାଲି(ସୋମବାର) ଅନୁଷ୍ଠିତ ହୋଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ବୈଠକ ହୋଇଛି ।

ଏହାବି ପଢନ୍ତୁ- କ୍ରୁଟ ପକ୍ଷରୁ ବିକ୍ୟୁଏସ ଓ ବସ ପୋଲ ଡିଜାଇନ ପ୍ରତିଯୋଗିତା

୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠାର ଶିଳାନ୍ୟାସ କରିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ ଜୟନ୍ତୀ ପାଳନ କରାଯାଉଛି । ଏହି ଉତ୍ସବକୁ ସରସ ସୁନ୍ଦର, ଆନନ୍ଦ ଉଲ୍ଲାସ ଏବଂ ଅଧିକ ଆକର୍ଷଣୀୟ ସହକାରେ ପାଳନ କରିବାକୁ ଉନ୍ନୟନ କମିଶନର ଅନୁ ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଏମସି ତରଫରୁ କରାଯାଇଥିବା ବ୍ୟାପକ ପ୍ରସ୍ତୁତି ସମ୍ପର୍କରେ ପାୱାର ପଏଣ୍ଟ ଉପସ୍ଥାପନା ମାଧ୍ୟମରେ ସବିଶେଷ ତଥ୍ୟ ରଖିଛନ୍ତି ।

୩ ଦିନ ଧରି ଆୟୋଜିତ ହେବ ଏହି ଉତ୍ସବ । ଏପ୍ରିଲ ୧୩ ତାରିଖ ସକାଳେ ବିଧାନସଭା ସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ, ଉତ୍ସବକୁ ଅତିଥିମାନଙ୍କୁ ନିମନ୍ତ୍ରଣ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯିବ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ୟାରେଡ ପରିବେଷଣ, ଉତ୍ସବ ଅବସରରେ ଏକ କଫିଟେବୁଲ ପୁସ୍ତକ ପ୍ରକାଶନ ସଂପର୍କରେ ବୈଠକରେ ଆଲୋଚନା କରାଯାଇଛି ।

ସେହିପରି ଏପ୍ରିଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଉତ୍କଳ ମଣ୍ଡପରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ବିଏମସିର ପ୍ରତ୍ୟେକ ୱାର୍ଡ଼ସ୍ତରରେ ମଧ୍ୟ ଉତ୍ସବ ପାଳନ କରାଯିବ । ୱାର୍ଡ ସଫେଇରୁ ଆରମ୍ଭ କରି ନୃତ୍ୟ, ସଙ୍ଗୀତ, ରଙ୍ଗୋଲୀ, ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହା ସହ ବିଭିନ୍ନ ଓ୍ୱାର୍ଡରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯିବ ।

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରାଯିବ । ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକ ଏବଂ ଏହାର ପରିସରକୁ ପରିଷ୍କାର ପରିଚ୍ଛନ୍ନ ଓ ସୌନ୍ଦର୍ଯ୍ୟକରଣ କରାଯିବ । କେଶରୀ ଟକିଜ, ଏଜି ଛକ ଏବଂ ମାଷ୍ଟରକ୍ୟାଣ୍ଟିନ ଛକରେ ୩ଟି ସୁଦୃଶ୍ୟ ସ୍ୱାଗତ ତୋରଣ ଲଗାଯିବ । ଉତ୍ସବ ସ୍ଥଳରେ ଅତିଥି ମାନଙ୍କର ବସିବା ପାଇଁ ବ୍ୟାପକ ବ୍ୟବସ୍ଥା, ଗାଲିଚା ବିଛେଇ ଓ ବ୍ୟାରିକେଡିଂ ବ୍ୟବସ୍ଥା, ଉତ୍ସବସ୍ଥଳ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର କୋଠାବାଡ଼ି ଆଲୋକୀକରଣ କରାଯିବ ।

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟ କୋଠା ଏବଂ ଜୟଦେବ ଭବନରେ ଭୁବନେଶ୍ୱରର ଐତିହ୍ୟ, ବର୍ତ୍ତମାନ ଏବଂ ସଫଳତାକୁ ନେଇ ପ୍ରଦର୍ଶନୀ ଆୟୋଜନ କରାଯିବ । ରକ୍ତଦାନ ଶିବିର, ସମସ୍ତ କାର୍ଯ୍ୟକ୍ରମସ୍ଥଳରେ ଅଗ୍ନିଶମ ସେବା ଓ ଆମ୍ବୁଲାନ୍ସ ସେବା ବ୍ୟବସ୍ଥା, ଉତ୍ସବ ଏବଂ ପରେଡରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ଯାତାୟତ ପାଇଁ ବସ, ଟ୍ରାଫିକ ନିୟନ୍ତ୍ରଣ, ପାନୀୟ ଜଳ ବ୍ୟବସ୍ଥା କରାଯିବ । ସହରରେ ଥିବା ପ୍ରମୁଖ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତୀ​‌ରେ ମାଲ୍ୟାର୍ପଣ କରାଯିବା ସହ ସମସ୍ତ କାର୍ଯ୍ୟକ୍ରମକୁ ଗଣମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାରକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଏହି ଅବସରରେ ବିଏମସି ତରଫରୁ ଏପ୍ରିଲ ୧୪ ତାରିଖରେ ମାରାଥନ୍ ଏବଂ ୧୫ ତାରିଖରେ ସାଇକ୍ଲୋଥର୍ମ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏ ସଂପର୍କରେ ବିଏମସି କମିଶନର ବୈଠକରେ ସୂଚନା ଦେଇଛନ୍ତି ।

ଏହାବି ପଢନ୍ତୁ- ଡେଲିଭରୀ ବୟକୁ ଟ୍ୟାକ୍ସ ଫ୍ରୀ କଲେ ରାଜ୍ୟ ସରକାର

ବୈଠକରେ ସୂଚନା ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ, ବିଡିଏ ଉପାଧକ୍ଷ ବଲୱନ୍ତ ସିଂ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଖୋର୍ଦ୍ଧା ଜିଲ୍ଲାପାଳ କେ. ସୂଦର୍ଶନ ଚକ୍ରବର୍ତ୍ତୀ, ବିଏମସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡାଙ୍କ ସମେତ ରାଜ୍ୟ ସ୍ୱରାଷ୍ଟ୍ର, ଗୃହ ଓ ନଗର ଉନ୍ନୟନ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ବାଣିଜ୍ୟ ଓ ପରିବହନ, ପୂର୍ତ୍ତ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଓ୍ୱାଟକୋ ଆଦି ସଂପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ତ୍ତୃପକ୍ଷ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି ଏବଂ ସାଧାରଣ ସଂପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ଉତ୍ସବ ଆୟୋଜନ ସଂପର୍କରେ ମତ ରଖିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.