ETV Bharat / state

ନିର୍ବାଚନୀ ଥୋପ ! ୩୫ ଲକ୍ଷ ଚାଷୀ ପାଇଲେ ୪୪୧ କୋଟି ସୁଧ ରିହାତି

author img

By

Published : Apr 24, 2023, 8:55 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନଭେନ୍ସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଅଧିକ ପଢନ୍ତୁ

35 lakh farmers  benefited
35 lakh farmers benefited
35 lakh farmers benefited

ଭୁବନେଶ୍ବର: ଲୋକସେବା ଭବନ କନଭେନ୍ସନ ସେଣ୍ଟରରେ ଆୟୋଜିତ ହୋଇଛି ସୁଧ ରିହାତି କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହି ପରି ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଛନ୍ତି । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷ ହେଉଛନ୍ତି ଅର୍ଥନୀତିର ଆତ୍ମା । ନୂଆ ଓଡିଶା ବିକାଶର ଆଧାର । ସଶକ୍ତ ଓଡିଶାର ସାରଥି । ଚାଷୀକୁ ସଶକ୍ତ କରିବା ପାଇଁ ସ୍ୱତନ୍ତ୍ର ବଜେଟ କରାଯାଇଛି । ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି । ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ବ୍ୟବସ୍ଥା ମଧ୍ୟ କରାଯାଇଛି ।

ଗଞ୍ଜାମର ଚାଷୀ ପରିବାରର କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମେଡ଼ିକାଲ କଲେଜରେ ପଢୁଛନ୍ତି । ଏହା ଖୁସିର କଥା । ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡିଶା ପ୍ରଥମ ରାଜ୍ୟ । ଆଜିର ସୁଧ ରିହାତି ଯୋଗୁ ଚାଷୀ ଭାଇମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡିଲା ନାହିଁ । ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି । ଫସଲ ଋଣର ୬୦ ପ୍ରତିଶତ କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି । ଚାଷୀ ଭାଇ ଆମର ଗର୍ବ ।

ସେହିପରି ଅନ୍ୟପଟେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଛନ୍ତି ଯେ, ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି । ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନିତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ । ସମବାୟ, କୃଷି ଓ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟ ହୋଇଛି ଓଡିଶା । ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ଋଣ ଉପରେ ସୁଧ ରିହାତି ଯୋଗୁ ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରଖୁରରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଛନ୍ତି ।

ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି । ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଛନ୍ତି । ସେହିପରି ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.