ETV Bharat / state

4th Phase of High School Transformation: ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ ଓ ସରପଞ୍ଚଙ୍କ ସହ 5T ସଚିବଙ୍କ ଆଲୋଚନା - 5T ସଚିବ ଭିକେ ପାଣ୍ଡିଆନ

5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ହେଉଛି । ଇ-ଲାଇବ୍ରେରୀ, ଆଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ, ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି । ଅଧିକ ପଢନ୍ତୁ

ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚଙ୍କ ସହ 5T ସଚିବଙ୍କ ଆଲୋଚନା

author img

By

Published : Jul 19, 2023, 8:14 PM IST

ଭୁବନେଶ୍ବର: ଡିସେମ୍ବର 2023 ସୁଦ୍ଧା ସରିବ ରାଜ୍ୟର ସମସ୍ତ 8654 ସରକାରୀ ହାଇସ୍କୁଲର ରୂପାନ୍ତର କାମ । ଚତୁର୍ଥ ପର୍ଯ୍ୟାୟରେ 1771 ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୂଡାନ୍ତ ରୂପ ଦେବ । କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ ।

5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ହେଉଛି । ଇ - ଲାଇବ୍ରେରୀ, ଆଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ, ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି । ଏପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ 6883 ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି । ଡିସେମ୍ବର 2023 ସୁଦ୍ଧା ରାଜ୍ୟର ସମସ୍ତ 8654 ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହାବି ପଢନ୍ତୁ- ହାଇସ୍କୁଲରେ 5T ନାଁରେ ବ୍ୟାପକ ଅନିୟମିତତା ! ଆଜିଠୁ ସାମୁହିକ ଛୁଟିରେ ଆଉଟ୍ ସୋର୍ସ କର୍ମଚାରୀ

ଏ ପରିପେକ୍ଷୀରେ 5T ସଚିବ ଭିକେ ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଞ୍ଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି 9ଟି ଜିଲ୍ଲାର 101ଟି ବ୍ଲକର ଓ 2ଟି ମୁନିସିପାଲିଟି କର୍ପୋରେସନର 752ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀମାନେ ଆଲୋଚନାରେ ଅଂଶ ଗ୍ରହଣ କରିଛନ୍ତି । ସେମାନଙ୍କ ଆବଶ୍ୟକତା ବାବଦରେ ଖୋଲା ମତ ପୋଷଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଂଜିଲିର ଶେରଗଡରୁ 2021 ମସିହାରୁ ଆରମ୍ଭ ହୋଇଥିଲା 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । 3 ପର୍ଯ୍ୟାୟରେ ସାରା ରାଜ୍ୟରେ 6883 ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ 1771 ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୂଡାନ୍ତ ରୂପ ଦେବ । ରାଜ୍ୟର ସମସ୍ତ 8654 ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ । 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହୋଇଛି । ଏହା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.