ETV Bharat / state

ନୂଆବର୍ଷରେ ମେଟ୍ରୋର ଶିଳାନ୍ୟାସ ! ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ - ମେଟ୍ରୋ ରେଳ ଷ୍ଟେସନ ଟର୍ମିନାଲ ପ୍ରକଳ୍ପ

କଟକ-ଭୁବନେଶ୍ୱରକୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମର ଆଜି ସମୀକ୍ଷା କରିଛନ୍ତି 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ମେଟ୍ରୋ ରେଳ ଷ୍ଟେସନ ଟର୍ମିନାଲ ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ, ଡିପୋ ବୁଲି ଦେଖିଛନ୍ତି ପାଣ୍ଡିଆନ । ଆଗକୁ ପଢନ୍ତୁ

ନୂଆବର୍ଷରେ ମେଟ୍ରୋର ଶିଳାନ୍ୟାସ ! ପ୍ରକଳ୍ପ କାମର ସମୀକ୍ଷା କଲେ 5T  ଅଧ୍ୟକ୍ଷ

author img

By ETV Bharat Odisha Team

Published : Oct 29, 2023, 1:18 PM IST

Updated : Oct 29, 2023, 3:13 PM IST

ନୂଆବର୍ଷରେ ମେଟ୍ରୋର ଶିଳାନ୍ୟାସ ! ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ

ଭୁବନେଶ୍ୱର: 2024 ଜାନୁଆରୀରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ! ଏନେଇ ଆରମ୍ଭ ହୋଇଯାଇଛି ମେଟ୍ରୋ ରେଳ ସମ୍ପର୍କିତ ଆନୁସଙ୍ଗିକ କାର୍ଯ୍ୟ । କଟକ - ଭୁବନେଶ୍ୱରକୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମର ଆଜି ସମୀକ୍ଷା କରିଛନ୍ତି 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଭୋର 4.30ରେ ମେଟ୍ରୋ ରେଳ ଷ୍ଟେସନ ଟର୍ମିନାଲ ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ, ଡିପୋ ବୁଲି ଦେଖିଛନ୍ତି । ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ ହେବ ତାହା ସୁନିଶ୍ଚିତ କରିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ଭୋର 4.30 ରେ ବରିଷ୍ଠ ଅଧିକାରୀଙ୍କ ସହିତ ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନକୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୁଳିଆକୁ ଭାୟା ଚନ୍ଦ୍ରଶେଖରପୁର, ଜୟଦେବ ବିହାର, ବାଣୀ ବିହାର, ମାଷ୍ଟର କ୍ୟାଣ୍ଟିନ୍‌ ଓ ରାଜମହଲ ଛକ ଦେଇ ଭୁବନେଶ୍ବର ବିମାନ ବନ୍ଦରକୁ ସଂଯୋଗ କରାଯିବା ନେଇ ଯୋଜନା ରହିଛି । ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍‌ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ପାଣ୍ଡିଆନ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏପ୍ରିଲ 2023 ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ ।

ଏହାମଧ୍ୟ ପଢନ୍ତୁ..ଭି.କେ ପାଣ୍ଡିଆନକୁ ନୂଆ ଦାୟିତ୍ବ, 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଦାୟିତ୍ବ ତୁଲାଇବେ

ଅନ୍ୟପଟେ ଭୁବନେଶ୍ଵରରୁ ଖୋର୍ଦ୍ଧା, ପୁରୀ ଓ କଟକ ସହରରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ୍‌ ପ୍ରସ୍ତୁତ କରାଯାଉଥିବା ନେଇ ସୂଚନା ରହିଛି । ଏହି ପ୍ରକଳ୍ପ ଦ୍ବାରା ଭୁବନେଶ୍ଵର ଓ କଟକ ମଧ୍ୟରେ ତ୍ରିଶୁଳିଆ ଏକ ପ୍ରମୁଖ ଜଙ୍କସନ୍‌ ଭାବରେ ଗଢ଼ି ଉଠିବ । ଏହା ସହିତ ବାଙ୍କୀ ଓ ଆଠଗଡ଼ ପଟରୁ ଦୈତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ । ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୁଳିଆ ନିକଟରେ ନିର୍ମାଣ କରାଯିବ । ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ ଷ୍ଟାବ୍ଲିଂ ସୁବିଧା ମଧ୍ୟ ରହିବ । ତ୍ରିଶୁଳିଆ ଛକରେ ଏକ ନୂଆ ବସ୍‌ ଷ୍ଟାଣ୍ଡ୍‌ ମଧ୍ୟ ନିର୍ମାଣ କରାଯାଉଛି । ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ୍‌ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ ।

ଆଉମଧ୍ୟ ଯାତ୍ରୀମାନେ ଯେପରି ସୁରୁଖୁରରେ ଏଠାରୁ ସବୁ ସ୍ଥାନକୁ ଯିବଆସିବା କରି ପାରିବେ ସେଥିପାଇଁ ଅନ୍ୟାନ୍ୟ ପରିବହନ ବ୍ୟବସ୍ଥାକୁ ମେଟ୍ରୋ ରେଳ ସହିତ ଯୋଡ଼ିବାକୁ ପରାମର୍ଶ ଦେଇଛନ୍ତି ଭି କେ ପାଣ୍ଡିଆନ । ଏହା ସହିତ ଭବିଷ୍ୟତରେ ଯେପରି ଆବଶ୍ୟକ ପଡ଼ିଲେ ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ପାରିବ, ତାହାକୁ ଧ୍ୟାନରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଏହାମଧ୍ୟ ପଢନ୍ତୁ..VK Pandian Takes VRS: କୋରାପୁଟ ସାଂସଦଙ୍କ କଟାକ୍ଷ, କହିଲେ ସୁପରଫାଷ୍ଟ୍‌ ପାଣ୍ଡିଆନ

ସେହିପରି ପାଣ୍ଡିଆନ ଅଚାନକ ଭାବେ କଟକ ନେତାଜୀ ବସ୍‌ ଟର୍ମିନାଲ ପରିଦର୍ଶନ କରି ସେଠାରେ ସାଧାରଣ ଲୋକ ଓ ଯାତ୍ରୀଙ୍କଠାରୁ ମତାମତ ନେଇଛନ୍ତି । ପରିଷ୍କାର ପରିଚ୍ଛନ୍ନତା ପରଖିଛନ୍ତି । ସେ ଯାତ୍ରୀଙ୍କ ବ୍ୟତୀତ ଦୋକାନୀ, ବିଭିନ୍ନ ସେବା ପ୍ରଦାନକାରୀ, ବସ୍‌ ଅପରେଟର ଓ ଅନ୍ୟ ଷ୍ଟାଫ୍‌ମାନଙ୍କ ସହ କଥା ବାର୍ତ୍ତା ହୋଇ ଅଧିକାରୀମାନଙ୍କୁ ସମନ୍ୱିତ ସୂଚନା ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ପରାମର୍ଶ ଦେଇଛନ୍ତି ।

ଏହାପରେ ସେ ରୂପାନ୍ତରିତ ତାଳଦଣ୍ଡା କେନାଲ ମଧ୍ୟ ପରିଦର୍ଶନ କରିଥିଲେ । କେନାଲ କଡେ କଡେ ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥାର ବିକାଶ କରିବାକୁ ସେ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ ଏହା ଦ୍ୱାରା କଟକ ସହରବାସୀଙ୍କ ପାଇଁ ଉତ୍ତମ ମନୋରଞ୍ଜନ ବ୍ୟବସ୍ଥାର ବିକାଶ ହୋଇ ପାରିବ । ପଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ଟ୍ଵିନ୍‌ ସିଟି ପୋଲିସ କମିଶନର, କଟକ ଜିଲ୍ଲା ପ୍ରଶାସନ, ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଗସ୍ତ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

Last Updated : Oct 29, 2023, 3:13 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.