ETV Bharat / state

ନୂଆବର୍ଷରେ ଉଦଘାଟନ ହେବ ବରମୁଣ୍ଡା ବସ ଟର୍ମିନାଲ, ନିର୍ମାଣ କାର୍ଯ୍ୟ ତଦାରଖ କଲେ ୫ଟି ଅଧ୍ୟକ୍ଷ

ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ 5T ଅଧ୍ୟକ୍ଷ । ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Dec 2, 2023, 7:25 AM IST

Updated : Dec 2, 2023, 8:41 AM IST

ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ  5T ଅଧ୍ୟକ୍ଷ

ଭୁବନେଶ୍ବର: ଡିସେମ୍ବର ୩୧ ସୁଦ୍ଧା ସରିବ ଭୁବନେଶ୍ବର ବରମୁଣ୍ଡା ବସ୍ ଟର୍ମିନାଲ । ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ । ନିର୍ମାଣ କାମର ସମୀକ୍ଷା କରିବା ସହ ଟର୍ମିନାଲ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରୀ ବିଶ୍ରାମାଗାର, ପରିମଳ ବ୍ୟବସ୍ଥା, ବସ୍ ରହିବାକୁ ପର୍ଯ୍ୟାପ୍ତ ସ୍ଥାନ, ଆହାର କେନ୍ଦ୍ର, ବିଦ୍ୟୁତ ଓ ଶୌଚାଳୟ ବ୍ୟବସ୍ଥାର ସେ ଅନୁଧ୍ୟାନ କରିଛନ୍ତି ।

ଭୁବନେଶ୍ବର ବରମୁଣ୍ଡା ବସ ଟର୍ମିନାଲ ପରିଦର୍ଶନ କରି ଅତିଶୀଘ୍ର କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପରିଦର୍ଶନ ବେଳେ ନିର୍ମାଣକାରୀ ସଂସ୍ଥା ସହ ଆଲୋଚନା କରିଛନ୍ତି ୫ଟି ଅଧ୍ୟକ୍ଷ । ଆଇଟି ଭିତ୍ତିଭୂମି, ଯାତ୍ରୀଙ୍କ ସୁବିଧା ସହ ସୃଜନଶୀଳ ପରିବେଶ ସୃଷ୍ଟିକୁ ଗୁରୁତ୍ବ ଦେଇଛନ୍ତି । ଯାତ୍ରୀଙ୍କ ପାଇଁ ପର୍ଯ୍ୟାପ୍ତ ସୁବିଧା ସୃଷ୍ଟି କରିବାକୁ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରୀ ବିଶ୍ରାମାଗାର, ସଠିକ ପରିମଳ ବ୍ୟବସ୍ଥା, ବସ ରହିବାକୁ ପର୍ଯ୍ୟାପ୍ତ ସ୍ଥାନ, ଆହାର କେନ୍ଦ୍ର, ବିଦ୍ୟୁତ ଓ ଶୌଚାଳୟ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ଭିକେ ପାଣ୍ଡିଆନ । ଏଥିସହ ଟ୍ୟାକ୍ସି ସଂଘ, ବସ ମାଲିକ ସଂଘ, OSRTCର ଅଧିକାରୀମାନଙ୍କୁ ନିର୍ମାଣ କାମରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ: ଝାରସୁଗୁଡା ଲଖନପୁରରେ ପ୍ରତିଷ୍ଠା ହେବ ITI: ଖର୍ଚ୍ଚ ହେବ ୨୪.୪୮ କୋଟି

5T ଉପକ୍ରମରେ ବରମୁଣ୍ଡା ବସ ଟର୍ମିନାଲର ହେଉଛି ରୂପାନ୍ତର । ବରମୁଣ୍ଡା ବସ ଟର୍ମିନାଲ ଭୁବନେଶ୍ବରରେ ଓଡିଶାର ପ୍ରଥମ ବିଶ୍ୱସ୍ତରୀୟ ଟ୍ରାନଜିଟ ସିଷ୍ଟମ । ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହିତ ଦୈନିକ ୨ ହଜାର ବସ ଚଳାଚଳ କରିପାରିବ । ବରମୁଣ୍ଡା ବସ ଟର୍ମିନାଲ ୧୫.୫ ଏକର ଜାଗାରେ ନିର୍ମାଣାଧୀନ ରହିଛି । ଏଥିରେ ଫୁଡକୋର୍ଟ, Excavator, Elevator, ବହୁତଳୀୟ କାର ପାର୍କିଂ, ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ ପିକ୍-ଅପ୍ ଓ ଡ୍ରପ-ଅଫ୍ ବ୍ୟବସ୍ଥା ରହିବ । ଏହା ସହିତ ପ୍ରିପେଡ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ । ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ୱାରା ପରିଚାଳିତ କରାଯିବ । ଏଥିରେ Wi-Fi ସହିତ ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି । ଯାତ୍ରୀମାନଙ୍କ ସୁବିଧା ପାଇଁ ସେଠାରେ ଆହାର ପ୍ଲସ କେନ୍ଦ୍ର ସ୍ଥାପନ କରାଯିବ ।

ଏଠାରୁ ବିଶାଖାପାଟନା, ହାଇଦ୍ରାବାଦ, ରାୟପୁର, ରାଞ୍ଚି, କୋଲକତା ଓ ବେଙ୍ଗାଲୁର ସମେତ ଦେଶର ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ବସ ଚଳାଚଳ କରାଯିବ । ପରିଦର୍ଶନ ସମୟରେ 5T ଅଧ୍ୟକ୍ଷଙ୍କ ସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ବିଏମସି ଓ ବିଡିଏ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Dec 2, 2023, 8:41 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.