ETV Bharat / state

LAccMI Scheme: ‘ଲକ୍ଷ୍ମୀ ବସରେ ମିଳିବ ସୁରକ୍ଷା, ସୁବିଧା ଓ ସମ୍ମାନ’ - 5ଟି ସଚିବ ଭିକେ ପାଣ୍ଡିଆନ

ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର 6ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ । ଚଳିତ ମାସ 12 ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ । ଅଧିକ ପଢନ୍ତୁ

LAccMI Scheme: ଲକ୍ଷ୍ମୀ ବସରେ ମିଳିବ ସୁରକ୍ଷା, ସୁବିଧା ଓ ସମ୍ମାନ

author img

By ETV Bharat Odisha Team

Published : Oct 9, 2023, 9:55 PM IST

LAccMI Scheme: ଲକ୍ଷ୍ମୀ ବସରେ ମିଳିବ ସୁରକ୍ଷା, ସୁବିଧା ଓ ସମ୍ମାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରିଛନ୍ତି । ସୁରକ୍ଷା, ସୁବିଧା, ସମ୍ମାନ ଉପରେ ଗୁରୁତ୍ବ ଦେବାକୁ 5ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ବସ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜରଙ୍କୁ ମିଶାଇ 650 ଜଣ କର୍ମଚାରୀ ଆଲୋଚନାରେ ଭାଗ ନେଇଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର 6ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ । ଚଳିତ ମାସ 12 ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ । ଲକ୍ଷ୍ମୀ ଯୋଜନାରେ ବସ ଗୁଡିକ ପଞ୍ଚାୟତରୁ ବ୍ଲକ ଓ ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି । ଯୋଜନା ଆରମ୍ଭ ପୂର୍ବରୁ ଲକ୍ଷ୍ମୀ ଯୋଜନାରେ ସାମିଲ ହୋଇଥିବା କର୍ମଚାରୀଙ୍କୁ ଗୁରୁ ମନ୍ତ୍ର ଦେଇଛନ୍ତି 5ଟି ସଚିବ ।

ଏହାବି ପଢନ୍ତୁ- 'ଗାଁରୁ ରାଜଧାନୀ ଗଡିବ ଲକ୍ଷ୍ମୀ, ସମାଧାନ ହେବ ଘରୋଇ ବସ ସମସ୍ୟା'

5ଟି ସଚିବ କହିଛନ୍ତି ଯେ, ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର । ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ । ଏହି ବସ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା’ ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ । ବ୍ୟବସାୟୀ ସୁରୁଖୁରୁରେ ବ୍ୟବସାୟ କରିପାରିବେ । ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚି ପାରିବେ । ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ । ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ । ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥିରେ ସେ 3-ଏସ ଉପରେ ଗୁରୁତ୍ବ ଦେଇଛନ୍ତି । ଏହି ତିନୋଟି ଏସ ହେଲା ସୁରକ୍ଷା, ସୁବିଧା ଓ ସମ୍ମାନ । ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ । ଆଲୋଚନା ପରେ ସମସ୍ତ କର୍ମଚାରୀମାନେ 5ଟି ସଚିବଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.