ETV Bharat / state

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପରିଦର୍ଶନରେ 5T ସଚିବ ଭି କେ ପାଣ୍ଡିଆନ - ଭି କେ ପାଣ୍ଡିଆନଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପରିଦର୍ଶନ କରିଛନ୍ତି 5T ସଚିବ ଭି କେ ପାଣ୍ଡିଆନ । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ କଲେ ସମୀକ୍ଷା ବୈଠକ । ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରି ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ସେ ପରାମର୍ଶ ଦେଇଛନ୍ତି । ଅଧିକ ପଢ଼ନ୍ତୁ

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପରିଦର୍ଶନରେ 5T ସଚିବ ଭି କେ ପାଣ୍ଡିଆନ

author img

By

Published : Sep 20, 2022, 10:58 PM IST

ଖୋର୍ଦ୍ଧା: ଶିଳ୍ପାଞ୍ଚଳ ପରିଦର୍ଶନରେ 5T ସଚିବ ଭି କେ ପାଣ୍ଡିଆନ । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ କଲେ ସମୀକ୍ଷା ବୈଠକ । ବୈଠକରେ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ ଓ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ । ତେବେ ଏଥିରେ ସେ ଖୋର୍ଦ୍ଧା ଶିଳ୍ପାଞ୍ଚଳର ଉଦ୍ୟୋଗୀ ଏବଂ ବିଭିନ୍ନ କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ।

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପରିଦର୍ଶନରେ 5T ସଚିବ ଭି କେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି (ମଙ୍ଗଳବାର) 5T ସଚିବ ଭି କେ ପାଣ୍ଡିଆନ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ କରିଛନ୍ତି । ଶିଳ୍ପାଞ୍ଚଳ ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ସେ ଆଲୋଚନା କରିଛନ୍ତି । ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ସେ ପରାମର୍ଶ ଦେଇଛନ୍ତି । ଆଜି ପ୍ରଥମେ ଏସଏମଏସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ରେ ପହଞ୍ଚି କମ୍ପାନୀ ପରିଦର୍ଶନ ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ଼, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଳେଟସ୍ ପ୍ରାଇଭେଟ ଲିମିଟେଡ଼ର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ବିଶେଷ କରି ଶିଳ୍ପାଞ୍ଚଳର ବିକାଶ, ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉତ୍ପାଦନ କ୍ଷମତା ବୃଦ୍ଧି କରିବା, ଅଧିକ ପୁଞ୍ଜି ନିବେଶ କରିବା, କ୍ବାଲିଟି ପ୍ରଡକ୍ଟ ଉତ୍ପାଦନ ଉପରେ ଗୁରୁତ୍ବ ଦେଇଛନ୍ତି 5T ସଚିବ ।

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ମଧ୍ୟ ଗସ୍ତ କରିଥିଲେ 5T ସଚିବ । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଙ୍ଘର କର୍ମକର୍ତ୍ତାମାନେ 5T ସଚିବଙ୍କ ସହିତ ଆଲୋଚନାରେ ଭାଗ ନେଇଥିଲେ । ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା । ବୈଠକରେ ସବୁ ଶିଳ୍ପାଞ୍ଚଳରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଛି । କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି । ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି 5T ସଚିବ ସୂଚନା ଦେଇଛନ୍ତି ।

ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଆରୋପ କରାଯାଇଛି । ଏହାପରେ 5T ସଚିବ ଜୟମଙ୍ଗଳ ଶିଳ୍ପାଞ୍ଚଳ ମଧ୍ୟ ପରିଦର୍ଶନ କରିଛନ୍ତି । ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟ ମାନଙ୍କ ସହିତ ଆଲୋଚନା କରିଛନ୍ତି । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇଦେବେ ବୋଲି ସେ ପ୍ରତିଶୃତି ଦେଇଛନ୍ତି । 5T ସଚିବଙ୍କ ଏହି ଗସ୍ତରେ ଶିଳ୍ପଦ୍ୟୋଗୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ପ୍ରକାଶ ପାଇଛି । ଦୀର୍ଘ ବର୍ଷର ସମସ୍ୟାର ସମାଧାନ ହେବ ବୋଲି ସେମାନେ ଆଶା ବ୍ୟକ୍ତ କରିଛନ୍ତି । ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ଓ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଓ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.