ETV Bharat / state

ବଦଳିବ ଏକାମ୍ରକ୍ଷେତ୍ରର ରୂପରେଖ: ବିଭିନ୍ନ କାର୍ଯ୍ୟର ତଦାରଖ କଲେ 5T ସଚିବ - ପ୍ରଭୁ ଲିଙ୍ଗରାଜ ମନ୍ଦିର

ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ କାମ ଆସନ୍ତା ଜୁନ୍ ୨୬ରୁ ଆରମ୍ଭ ହେବ । ଏହା ପୂର୍ବରୁ ପ୍ରଭୁ ଲିଙ୍ଗରାଜ ମନ୍ଦିର ଯାଇ ଅନୁଧ୍ୟାନ କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଅଧିକ ପଢନ୍ତୁ

5t secretary visit lingaraj temple
5t secretary visit lingaraj temple
author img

By

Published : Jun 24, 2023, 9:38 AM IST

5t secretary visit lingaraj temple

ଭୁବନେଶ୍ବର: ଆସନ୍ତା ଜୁନ୍ ୨୬ରୁ ଆରମ୍ଭ ହେବ ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ କାମ । ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଂକୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର । ଏହା ପୂର୍ବରୁ ପ୍ରଭୁ ଲିଙ୍ଗରାଜ ମନ୍ଦିର ଯାଇ ଅନୁଧ୍ୟାନ କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ବହୁ ପ୍ରତିକ୍ଷୀତ ଏକାମ୍ର ପ୍ରକଳ୍ପ ଭୂମି ପୂଜନ ଓ ଶିଳାନ୍ୟାସ ଉତ୍ସବ କିଭଳି ସୁରୁଖୁରୁରେ ସମାପନ କରାଯିବ ତାହାର ଅନୁଧ୍ୟାନ କରିଛନ୍ତି ୫ଟି ସଚିବ । ପ୍ରଥମେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଯଜ୍ଞ ହେବାକୁ ଥିବା ସ୍ଥାନକୁ ଯାଇ ଅନୁଧ୍ୟାନ କରିଥିଲେ । ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ୫ଟି ସଚିବ ।

ତେବେ କାର୍ଯ୍ୟର ଅଗ୍ରଗତି ନେଇ ତଦାରଖ କରିବା ପରେ ମାର୍କେଟ କମ୍ପ୍ଲେକ୍ସ ଯାଇଥିଲେ ୫ଟି ସଚିବ । ସେଠାରେ ଲାଇଟ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ନୂଆ ରୂପ ନେବାକୁ ଯାଉଛି ଏକାମ୍ର ନଗରୀ । ବହୁ ପ୍ରତିକ୍ଷିତ ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନକୁ ଅନୁମୋଦନ ମିଳିବା ପରେ ଜୁନ୍ ୨୬ରୁ କାମ ଆରମ୍ଭ ହେବ । ଆସନ୍ତା ୨୬ ୨୭ ଓ ୨୮ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏକାମ୍ର ପ୍ରକଳ୍ପର ଭୂମିପୂଜନ ଓ ଶିଳାନ୍ୟାସ ଉତ୍ସବ କରାଯିବ । ତେଣୁ ଜୁନ୍ ୨୫ ରୁ ୨୮ ଯାଏ ଲାଇଟ୍ ବ୍ୟବସ୍ଥାରେ ଚମକିବ ପୁରୁଣା ଭୁବନେଶ୍ବର । ଏଥିସହ ଶ୍ରୀଲିଙ୍ଗରାଜ ମନ୍ଦିରର ସାମ୍ନା ଓ ବାହାର କାନ୍ଥରେ ପ୍ରୋଜେକସନ୍ ଲଗାଯିବ । ଜୁନ୍ ୨୬ ରାତିରୁ ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର ।

ସେହିପରି ଜୁନ୍ ୨୮ରେ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପରେ ପୂର୍ଣ୍ଣାହୁତିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସରେ ବି ପ୍ରଦର୍ଶନୀ ଲାଗିବା ସହ ପ୍ରୋଜେକସନ୍ ମ୍ୟାପିଂ କରାଯିବ । ଭଜନ ସମାରୋହରେ ଦେଶର ନାମୀଦାମୀ କଳାକାର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକଳ୍ପ ଜରିଆରେ ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା, ଭଜନ ମଣ୍ଡପ, ହେରିଟେଜ୍ ପାର୍କ, କେଦାର ଗୌରୀ ପ୍ଲାଜା, ବିନ୍ଦୁ ସାଗର କଡ଼ରେ ପଦଚାରୀଙ୍କ ପାଇଁ ରାସ୍ତା କାମ, ପୁଷ୍ପରିଣୀ ଗୁଡ଼ିକର ନବୀକରଣ, କେଦାର ଗୌରୀ ଓ ମୁକ୍ତେଶ୍ବର ମନ୍ଦିରର ପରିସରର ବିକାଶ, ଇ-ଅଟୋ ସର୍ଭିସ୍ ଓ ଟ୍ରାଫିକ୍ ମ୍ୟାନେଜମେଣ୍ଟ କାମ କରାଯିବ ।

ଏକାମ୍ର କ୍ଷେତ୍ରର ଗୌରବମୟ ଐତିହ୍ୟର ସଂରକ୍ଷଣ ପାଇଁ ଗତବର୍ଷ ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ପ୍ରକଳ୍ପର ଘୋଷଣା କରିଛନ୍ତି । ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା, ଚାରିଗୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା, ଶ୍ରୀ ଲିଙ୍ଗରାଜ ମନ୍ଦିର ସାମନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଯୋଜନା ପ୍ରସ୍ତୁତ କରାଯାଇଛି । ଶ୍ରୀ ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ଅଧିନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ବ୍ୟବସ୍ଥା କରାଯିବ । ତେବେ ଏହି ପ୍ରକଳ୍ପ ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା କରାଯିବାକୁ ରାଜ୍ୟ କ୍ୟାବିନେଟ ପୂର୍ବରୁ ଅନୁମୋଦନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.