ଖୋର୍ଦ୍ଧା: ଯୁବକଙ୍କୁ ନିର୍ମମ ହତ୍ୟା । ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରି ଗ୍ରାମର ବିଦ୍ୟୁତ ସବଷ୍ଟେସନ ନିକଟରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ଛଣପୁର ଗାଁର ସେକ ସୁଲମାନ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଏହି ହତ୍ୟାକାଣ୍ଡ ପଛର କାରଣ ଏ ଯାଏଁ ଅସ୍ପଷ୍ଟ ରହିଥିଲେ ମଧ୍ୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେବେ ମୃତ ଯୁବକଙ୍କ ନାମରେ ଥାନାରେ ଏକାଧିକ ମାମଲା ଥିବା ଜଣାପଡିଛି । ଅଭିଯୋଗ ଆଧାରରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ