ETV Bharat / state

୫ ଦିନ ଯାଏଁ ରାଜ୍ୟରେ ପୁଣି ଛେଚିବ, ଉତ୍ତର ଏବଂ ଉପକୂଳର ୬ ଜିଲ୍ଲାକୁ ସତର୍କତା - ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା

ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଅଧିକ ପଢନ୍ତୁ

୫ ଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା
୫ ଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା
author img

By

Published : Aug 6, 2023, 8:08 PM IST

୫ ଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହାସହ ୮ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି । ତେବେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ତେବେ ୧୦ ତାରିଖରୁ ପୁଣି ରାଜ୍ୟରେ ପୁଣି ଥରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରର ଜୁଜୁମରାଠାରେ ସର୍ବାଧିକ ୫୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହାସହ ପୁରୀର ପିପିଲି ଠାରେ ୪୮ ମିଲିମିଟର, ରାୟଗଡ଼ାର ଗୁଣୁପୁରଠାରେ ୪୫ ମିଲିମିଟର ଏବଂ ସୋନ୍‌ପୁର୍‌ ଉଲ୍ଲୁଣ୍ଡାରେ ୪୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଏହା ବି ପଢନ୍ତୁ...ରାଜ୍ୟରୁ ଟଳିଲା ବନ୍ୟା ବିପଦ, କମୁଛି ନଦୀଗୁଡ଼ିକର ଜଳସ୍ତର

ସେପଟେ ଚଳିତ ମୌସୁମୀ ଋତୁ ଅର୍ଥାତ୍ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୬୩୯.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷାଠାରୁ ୨ ପ୍ରତିଶତ ଅଧିକ ଥିବା ଜଣାପଡିଛି । ଏହାସହ ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁର ଆଦି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ତେବେ ୧୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାତ୍ର ଗୋଟିଏ ଜିଲ୍ଲା ସୋନପୁରରେ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ଜଣାପଡିଛି । ସେହିପରି ୭ଟି ଜିଲ୍ଲାରେ ସ୍ବାଭାବିକଠାରୁ ୨୦ ରୁ ୫୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.