ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଦେବଗଡରେ ନୂଆ JMFC କୋର୍ଟ, ନିୟମିତ ହେବ ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର

author img

By ETV Bharat Odisha Team

Published : Oct 16, 2023, 8:42 PM IST

ରାଜ୍ୟରେ ଥିବା ସମସ୍ତ ୭ ହଜାର ୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ହେବ ନିୟମିତ ଅଙ୍ଗନବାଡି କେନ୍ଦ୍ର । ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ରରେ ଉନ୍ନୀତ କରିବା ପ୍ରସ୍ତାବକୁ ଆଜି ଅନୁମୋଦନ ମିଳିଛି । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ଦେବଗଡରେ ନୂଆ JMFC  କୋର୍ଟ, ନିୟମିତ ହେବ ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ରାଜ୍ୟରେ ଥିବା ସମସ୍ତ ୭ ହଜାର ୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ ହେବ । ଏହି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଦେବଗଡ ଜିଲ୍ଲା ବାରକୋଟରେ ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜନ୍ମଦିନରେ ରାଜ୍ୟର ଦୁଇଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶିଶୁଙ୍କୁ ମିଳିବ ଅଧିକ ସୁବିଧା । ଶିଶୁଙ୍କ ବିକାଶ କାର୍ଯ୍ୟ ହେବ ତ୍ବରାନ୍ବିତ । ରାଜ୍ୟରେ ଥିବା ସମସ୍ତ ୭ ହଜାର ୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ହେବ ନିୟମିତ ଅଙ୍ଗନବାଡି କେନ୍ଦ୍ର । ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ରରେ ଉନ୍ନୀତ କରିବା ପ୍ରସ୍ତାବକୁ ଆଜି ଅନୁମୋଦନ ମିଳିଛି । ଅନୁମତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭ ହଜାର ୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବାବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ କିଟ, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ।

ଅଧିକ ପଢନ୍ତୁ- ଗତି ହିଁ ଶକ୍ତି: ସ୍କୁଟର ଯୋଜନାର ଶୁଭାରମ୍ଭ, ୨ ଲକ୍ଷ ମିଶନ ଶକ୍ତି ମହିଳା ପାଇବେ ଋଣ

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ ଜଜ (କନିଷ୍ଠ ଡିଭିଜନ) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ବରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ । ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ ଓ ଅଣଗେଜେଟେଡ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.