ETV Bharat / state

କାଲିଠୁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ସକାଳ ୭ରୁ ଦିନ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢ଼ା

author img

By

Published : Apr 16, 2023, 5:31 PM IST

ଆସନ୍ତାକାଲି ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର ସକାଳ ୭ରୁ ଦିନ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢ଼ା । ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକରେ ଛୁଟି ଘୋଷଣା କରିପାରିବେ ଜିଲ୍ଲାପାଳ । ଅଧିକ ପଢନ୍ତୁ

anganwadi center of odisha
anganwadi center of odisha

ଭୁବନେଶ୍ବର: ଆସନ୍ତାକାଲି(ସୋମବାର) ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡି କେନ୍ଦ୍ର । ସକାଳ ୭ଟାରୁ ସକାଳ 10ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ଚାଲିବ । ସେହିପରି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକରେ ଛୁଟି ଘୋଷଣା କରିପାରିବେ ଜିଲ୍ଲାପାଳ । ସେହିପରି ପୁନଶ୍ଚ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ୧୭ରୁ ଅର୍ଥାତ ସୋମବାର ଠାରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ । ପୁଣିଥରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ । ସକାଳ ୬ଟା ୩୦ ମିନିଟରୁ ଦିନ ୧୧ଟା ପର୍ଯ୍ୟନ୍ତ ହେବ କ୍ଲାସ । ବିଶେଷ ଭାବରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାଳୟମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ ମଧ୍ୟ କରିପାରିବେ । ଏହାସହ ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଚଳିତ ମାସ 12 ତାରିଖରୁ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି କ୍ରମରେ କେବଳ ସ୍କୁଲ ନୁହେଁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିଥିଲା । ଜାପାନରୁ ଫେରି ଗ୍ରୀଷ୍ମ ସ୍ଥିତିର ସମୀକ୍ଷା କରି ଏଭଳି ନିଷ୍ପତି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଅସହ୍ୟ ତାତି । ଯେପରି ଆକାଶରୁ ଅଗ୍ନିବର୍ଷା ହେଉଛି । ଏପଟେ ଖରାକୁ ବାହାରିବା ସମୟରେ ସାଙ୍ଗରେ ପାଣି ବୋତଲ, ଓଦା ଗାମୁଛା ବା କପଡ଼ା ସମେତ ଛତା ଓ କଳା ଚଷମା ନେଇ ଘରୁ ବାହାରିବାକୁ ପରାମର୍ଶ ଦିଆଯାଉଛି । ପ୍ରବଳ ଖରା ହେବା ସମୟରେ ଘରୁ ନବହାରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର । ସକାଳ 9ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଖରାରେ ନବାହରିବାକୁ କୁହାଯାଇଛି । ଅତି ଜରୁରୀ କାମ ଥିଲେ ସମସ୍ତ ପ୍ରକାରର ପ୍ରିକସନ ନେଇ ବାହାରକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.