ETV Bharat / state

ବଢୁଛି ତାତି, ଏପ୍ରିଲ 16 ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି

author img

By

Published : Apr 11, 2023, 9:00 PM IST

ରାଜ୍ୟରେ ବଢୁଛି ତାତିକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ସକାଳ 7 ଟାରୁ 11ଟା 30 ମିନିଟ ଯାଏଁ କ୍ଲାସ ହୋଇଥିଲା । ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦୃଷ୍ଟିରେ ରଖି ବୁଧବାରଠାରୁ ଆସନ୍ତା 16 ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ଆଜି ସନ୍ଧ୍ୟାରେ ରାଜ୍ୟର ଗ୍ରୀଷ୍ମପ୍ରବାହ ଓ କୋଭିଡ଼ ସ୍ଥିତିର ସମୀକ୍ଷା କରିଛନ୍ତି । ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଅଧିକ ପଢନ୍ତୁ

ବଢୁଛି ଗ୍ରୀଷ୍ମପ୍ରବାହ
ବଢୁଛି ଗ୍ରୀଷ୍ମପ୍ରବାହ

ଭୁବନେଶ୍ବର: ରାଜ୍ୟରେ ବଢି ବଢି ଚାଲିଛି ଗ୍ରୀଷ୍ମ ପ୍ରବାହ । ପାରଦ 40 ଡିଗ୍ରୀ ଟପିଲାଣି । ଅସହ୍ୟ ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଓ ଅଙ୍ଗନବାଡିକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଠାରୁ ଏପ୍ରିଲ 16 ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି । ଜାପାନରୁ ଫେରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଓ କୋଭିଡ ସ୍ଥିତିର ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସକାଳ 8ଟା ପରେ ଘରୁ ବାହାରିବା କଷ୍ଟକର ହେଲାଣି । ଚଳିତ ବର୍ଷ ମେ 5ରୁ ସ୍କୁଲରେ ଖରା ଛୁଟି ଘୋଷଣା ହୋଇଛି । 2023 ଶିକ୍ଷାବର୍ଷ ପାଇଁ ଆଜିଠାରୁ ପାଠପଢା ଆରମ୍ଭ ହୋଇଥିଲା । ରାଜ୍ୟରେ ବଢୁଛି ତାତିକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ସକାଳ 7 ଟାରୁ 11ଟା 30 ମିନିଟ ଯାଏଁ କ୍ଲାସ ହୋଇଥିଲା । ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦୃଷ୍ଟିରେ ରଖି ବୁଧବାରଠାରୁ ଆସନ୍ତା 16 ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ଆଜି ସନ୍ଧ୍ୟାରେ ରାଜ୍ୟର ଗ୍ରୀଷ୍ମପ୍ରବାହ ଓ କୋଭିଡ଼ ସ୍ଥିତିର ସମୀକ୍ଷା କରିଛନ୍ତି । ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି ।

ଗତ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ପାଣିପାଗ ବିଭାଗ ମଧ୍ୟ ଗ୍ରୀଷ୍ମପ୍ରବାହ ନେଇ ସତର୍କ କରିଛି । ଏହାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ, ଶକ୍ତି ବିଭାଗ, ଗୃହ ଏବଂ ନଗର ଉନ୍ନୟନ ବିଭାଗ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ବ୍ୟବସ୍ଥିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବିଦ୍ୟୁତ ଯୋଗାଣ ଯେପରି ବାଧାପ୍ରାପ୍ତ ନହୁଏ, ସେ ନେଇ ଦୃଷ୍ଟି ରଖିବାକୁ ମଧ୍ୟ କୁହାଯାଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡି ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ମୌସୁମୀ ବାବଦରେ ସୂଚନା ହାସଲ କରିବା ଲାଗି ବିଭିନ୍ନ ସଂସ୍ଥା ସହିତ ଯୋଗାଯୋଗ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁସାରେ ପଦକ୍ଷେପ ନେବାକୁ କୁହାଯାଇଛି । ଏହା ସହ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । ସମସ୍ତ ହିତାଧିକାରୀଙ୍କୁ ତ୍ୱରିତ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଦେଶ ତଥା ରାଜ୍ୟର କୋଭିଡ଼ ସ୍ଥିତି ବାବଦରେ ଅବଗତ ହୋଇଛନ୍ତି । ରାଜ୍ୟରେ କୋଭିଡ଼ ସ୍ଥିତି ନିୟନ୍ତ୍ରଣରେ ରହିଛି । ସଚେତନତା କାର୍ଯ୍ୟକ୍ରମ ସହ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଗ୍ରୀଷ୍ମପ୍ରବାହ ଓ କୋଭିଡ ସ୍ଥିତି ଉପରେ ତୀକ୍ଷ୍ଣ ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଅନ୍ୟ ବରିଷ୍ଠ ଅଧିକାରୀ ଭିସି ଯୋଗେ ଯୋଡି ହୋଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.