ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂଗ୍ରହାଳୟ ପ୍ରବେଶ ମାଗଣା

author img

By

Published : Mar 1, 2023, 4:00 PM IST

ରାଜ୍ୟରେ ସଂଗ୍ରହାଳୟରେ ପ୍ରବେଶ ଶୁଳ୍କ ୧୦ ଟଙ୍କାରୁ ଅଧିକ ହେବନି । ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ପ୍ରବେଶ ଶୁଳ୍କ ସମ୍ପୂର୍ଣ୍ଣ ମାଗଣା । ଅଧିକ ପଢ଼ନ୍ତୁ

state museum of odisha
state museum of odisha

ଭୁବନେଶ୍ବର: ରାଜ୍ୟର ସଂଗ୍ରହାଳୟରେ ପ୍ରବେଶ ଶୁଳ୍କ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ପ୍ରବେଶ ଶୁଳ୍କ ସମ୍ପୂର୍ଣ୍ଣ ମାଗଣା ହୋଇଛି । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଧାରଣ ଦର୍ଶକଙ୍କ ପାଇଁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ: ପୋଲିସ-ବିଜେପି ଯୁବମୋର୍ଚ୍ଚା ଖଣ୍ଡଯୁଦ୍ଧ, ଏକପାଖିଆ ଆକ୍ରମଣ କରିଛି ପୋଲିସ କହିଲେ ଧର୍ମେନ୍ଦ୍ର

ମୁଖ୍ୟମନ୍ତ୍ରୀ କହିଛନ୍ତି, "ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ଯୁବ ଓ ଛାତ୍ର ସମାଜ ତଥା ପର୍ଯ୍ୟଟକମାନେ ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହେବା ଆବଶ୍ୟକ ।" ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ: Assembly Budget Session: ଲୋୟର ପିଏମଜି ଖଣ୍ଡଯୁଦ୍ଧ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ, ୪ଟା ଯାଏଁ ମୁଲତବୀ

ଏତଦ୍‌ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ । ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି ।

ରାଜ୍ୟର କଳା ଓ ସଂସ୍କୃତିର ବିକାଶ କରିବା ଦିଗରେ ଏହା ସହାୟକ ହେବ ବୋଲି ଆଶା କରାଯାଉଛି । ସୂଚନା ଥାଉକି, ଭୁବନେଶ୍ବରରେ ଅବସ୍ଥିତ ରାଜ୍ୟ ସଂଗ୍ରହାଳୟ ସର୍ବପୁରାତନ ସଂଗ୍ରହାଳୟ ଅଟେ । ଏହା ୧୯୩୨ରେ ସ୍ଥାପିତ ହୋଇଥିଲା ଏବଂ ପରେ ୧୯୬୦ରେ ନୂତନ ସୌଧକୁ ସ୍ଥାନାନ୍ତରିତ ହୋଇଥିଲା । ସଂଗ୍ରହାଳୟଟି ୧୧ଟି ଭାଗରେ ବିଭକ୍ତ ହୋଇଛି । ଓଡ଼ିଶା ସରକାରଙ୍କ ସଂସ୍କୃତି ବିଭାଗ ଦ୍ବାରା ଏହାର ପ୍ରଶାସନିକ ପରିଚାଳିତ ହେଉଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.