ETV Bharat / state

Ama Odisha Nabin Odisha: ଆରମ୍ଭ ହେଲା ଆମ ଓଡିଶା ନବୀନ ଓଡିଶା; ଖର୍ଚ୍ଚ ହେବ ୩୩୯୭ କୋଟି

ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ । ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ଅଧିକ ପଢନ୍ତୁ

Ama Odisha Nabin Odisha
Ama Odisha Nabin Odisha
author img

By ETV Bharat Odisha Team

Published : Oct 10, 2023, 4:44 PM IST

Updated : Oct 10, 2023, 5:36 PM IST

ଭୁବନେଶ୍ବର: ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ । ଏହି କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଭୁବନେଶ୍ବରରୁ ଭିସି ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି । ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଛି । ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ । ପ୍ରତି ଗାଁ ପାଇବେ 50 ଲକ୍ଷ ଟଙ୍କା ।

କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ଼ କରାଯିବ । ଏହା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ । ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ସୁଦୃଢ଼ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ । ଗଢ଼ିବ ଆମ ଓଡିଶା ନବୀନ ଓଡିଶା ।

ଏହାବି ପଢନ୍ତୁ- କାଠଗଡାରେ ଆମ ଓଡିଶା-ନବୀନ ଓଡିଶା ଯୋଜନା, ଆରମ୍ଭ ହେଲା ଜୋରଦାର ରାଜନୀତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, "ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀର ସଂରକ୍ଷଣ କରାଯିବ । ଆମର ଭବିଷ୍ୟତ ବଂଶଧର ମାନଙ୍କ ପାଇଁ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । ବ୍ୟାଙ୍କ୍‌ ସୁବିଧା ମିଳିବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ୍‌ଗୁଡିକୁ ମଧ୍ୟ ସାମିଲ ହେବ । ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ । ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ । ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ । ଡେଣା ହେବ ଶକ୍ତ । ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ । ଏହା ସହ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।"

ଏହାବି ପଢନ୍ତୁ- 'ଆମ ଓଡିଶା ନବୀନ ଓଡିଶା' ରାଜନୀତି; ବିଜେଡି କର୍ମୀଙ୍କୁ ପୋଷିବା ପାଇଁ ଯୋଜନା କହିଲା କଂଗ୍ରେସ

କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଛି । ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି । ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଧାୟକଗଣ, ଜିଲ୍ଲା ପରିଷଦ ସଭାପତି, ସଦସ୍ୟ ଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଲୋଚନାରେ ଭାଗ ନେଇଛନ୍ତି । ଗାଁ ଗାଁରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁଁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଛନ୍ତି । ୫ଟି ସଚିବଙ୍କ ଗସ୍ତ ଯୋଗୁଁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡ଼ି ରହିଥିବା ସମସ୍ୟା ଗୁଡ଼ିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଛନ୍ତି ।

୫ଟି ସଚିବ ଭିକେ ପାଣ୍ଡିଆନ କହିଛନ୍ତି ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ସେ ସୂଚନା ଦେଇଛନ୍ତି । ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Oct 10, 2023, 5:36 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.