ETV Bharat / state

ଆମ ଓଡିଶା ନବୀନ ଓଡିଶା ଚତୁର୍ଥ ଦିନ: କଟକ ଓ କେନ୍ଦ୍ରାପଡା ପାଇଁ ୩୧୧ କୋଟି ଘୋଷଣା

author img

By ETV Bharat Odisha Team

Published : Oct 19, 2023, 10:23 PM IST

କଟକ ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ବଡମ୍ବା, ଚୌଦ୍ବାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା । ଏହି ସବୁ ନିର୍ବାଚନମଣ୍ଡଳୀର ୩୭୩ଟି ଗ୍ରାମ ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ । ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଅଧିକ ପଢନ୍ତୁ

ଆମ ଓଡିଶା ନବୀନ ଓଡିଶା ଚତୁର୍ଥ ଦିନ; କଟକ ଓ କେନ୍ଦ୍ରାପଡା ପାଇଁ ୩୧୧ କୋଟି ଘୋଷଣା

ଭୁବନେଶ୍ବର: ଆମ ଓଡିଶା ନବୀନ ଓଡିଶା ଯୋଜନାର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲା ପାଇଁ ଅର୍ଥ ଅନୁମୋଦନ ହୋଇଛି । କଟକ ଓ କେନ୍ଦ୍ରାପଡା ପାଇଁ ୩୧୧ କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

କଟକ ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ବଡମ୍ବା, ଚୌଦ୍ବାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା । ଏହି ସବୁ ନିର୍ବାଚନ ମଣ୍ଡଳୀର ୩୭୩ଟି ଗ୍ରାମ ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ । ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଏହି ସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ଆଳି ଓ ରାଜନଗର । ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ ଟି ପ୍ରକଳ୍ପ କରାଯିବ ।

ଅଧିକ ପଢନ୍ତୁ- ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ: ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଆଜିର କାର୍ଯ୍ୟକ୍ରମ ପାଇଁ କଟକ ଜିଲ୍ଲାର ୮ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଛି । ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି । ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଛନ୍ତି ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଅତନୁ ସବ୍ୟସଚୀ ନାୟକ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ଶଶୀଭୂଷଣ ବେହେରା, ବିଧାୟକ ସାବିତ୍ରୀ ଅଗ୍ରୱାଲ, ବିଧାୟକ ଧୃବଚରଣ ସାହୁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ସୌଭିକ ବିଶ୍ବାଳ, ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଡ. ପ୍ରମୋଦ ମଲ୍ଲିକ, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ପ୍ରଶାନ୍ତ ବେହେରା, ବିଧାୟକ ପ୍ରତାପ ଜେନା, ଜିଲ୍ଲା ପରିଷଦ ସଭାପତି, ସଦସ୍ୟ ଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ସାମିଲ ହୋଇଥିଲେ । ଗାଁ ଗାଁ'ରେ ବିକାଶର ନୂଆ ଯୁଗ ଆସିଛି ବୋଲି ସେମାନେ ମତ ପ୍ରକାଶ କରିଛନ୍ତି ।

୫ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଛନ୍ତି ଯେ, ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଯୋଗୁ ଓଡିଶାର ଗାଁ ଗୁଡିକ ହେବ ବିକାଶର କେନ୍ଦ୍ର । ଗାଁ ଲୋକଙ୍କୁ ଆଉ ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେସଂପର୍କରେ ସେ ସୂଚନା ଦେଇଛନ୍ତି । ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ।

କଟକ ଜିଲ୍ଲାର ବଡମ୍ବା ଅଞ୍ଚଳରେ ସାତକୋଶିଆ ଜୈବ ବିବିଧତା ପର୍ଯ୍ୟଟନ କେନ୍ଦ୍ର ପାଇଁ ୯.୮୫ କୋଟି, ମା’ ପ୍ରଗଳା ପୀଠ ପାଇଁ ୫.୨୭ କୋଟି, ମା’ ଭଟ୍ଟାରିକା ପୀଠ ପାଇଁ ୮.୫୭ କୋଟି, ନରସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ତଥା ଡାଏଲିସିସ କେନ୍ଦ୍ର ପାଇଁ ୧୫.୬୬ କୋଟି, ବଡମ୍ବା ମୋହନ ସୁବୁଧି ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ନରସିଂହପୁର ଜୁନିୟର କଲେଜ ପାଇଁ ୧.୨୫ କୋଟି, କାନପୁର ଆଞ୍ଚଳିକ ମହାବିଦ୍ୟାଳୟ ପାଇଁ ୧.୨୫ କୋଟି, ବାଣେଶ୍ବରୀ ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୦ କୋଟି, ନରସିଂହପୁର ଆମ ହସ୍ପିଟାଲ ପାଇଁ ୪.୧୬ କୋଟି ଟଙ୍କା ମଞ୍ଜୁର ହୋଇଛି । ବାଙ୍କୀ ଅଞ୍ଚଳରେ ମା’ ଚର୍ଚ୍ଚିକା ପୀଠ ଉନ୍ନତିକରଣ ପାଇଁ ୧୧.୦୩ କୋଟି, ବାଙ୍କୀ ଅଟୋନମସ ଡିଗ୍ରୀ କଲେଜ ପାଇଁ ୧.୫୦ କୋଟି, କଳାପଥର ଧଳାପଥର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୦.୫୦ କୋଟି, ଅଂଶୁପା ଡିଗ୍ରୀ କଲେଜ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଆଠଗଡ ଅଞ୍ଚଳରେ ବାବା ଧବଳେଶ୍ବର ମନ୍ଦିର ପାଇଁ ୧୭.୫୦ କୋଟି, ସାପୁଆ ନଦୀର ସେତୁ ପାଇଁ ୬.୧୪ କୋଟି, ଗୋପବନ୍ଧୁ ଡିଗ୍ରୀ ବିଜ୍ଞାନ କଲେଜ ପାଇଁ ୧ କୋଟି, ନୂଆପାଟଣା ଚୈତନ ସାହୁ ଯୁକ୍ତ ଦୁଇ କଲେଜ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ନିଆଳି ଅଞ୍ଚଳରେ ମାଧବାନନ୍ଦ ଜୀଉ ମନ୍ଦିର ପାଇଁ ୪.୮୪ କୋଟି, ଗୋବିନ୍ଦପୁର ଡିଗ୍ରୀ କଲେଜ ପାଇଁ ୧.୫୦ କୋଟି, ବ୍ରାହ୍ମଣଝରିଲୋ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦୋଳ ଗୋବିନ୍ଦ ବ୍ରଜ କିଶୋର ଡିଗ୍ରୀ କଲେଜ କସର୍‌ଦା ପାଇଁ ୧ କୋଟି, ଅଡସପୁର ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । କଟକ ସଦର ଅଞ୍ଚଳରେ ନେମାଳ ଅଚ୍ୟୁତାନନ୍ଦ ଦାସ ପୀଠ ପାଇଁ ୨୩.୦୩ କୋଟି, ପରମହଂସ ପୀଠର ଉନ୍ନତିକରଣ ପାଇଁ ୪.୯୬ କୋଟି, ଚିତ୍ରୋତ୍ପଳା ନଦୀ ଉପରେ ସେତୁ ପାଇଁ ୫୩.୦୪ କୋଟି, କନ୍ଦରପୁର ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ମହାପୁରୁଷ ଅଚ୍ୟୁତାନନ୍ଦ ମହାବିଦ୍ୟାଳୟ ପାଇଁ ୧ କୋଟି ଟଙ୍କା ମଞ୍ଜୁର ହୋଇଛି ।

ସେହିପରି ସାଲେପୁର ଅଞ୍ଚଳରେ ମଧୁବାବୁଙ୍କ ଜନ୍ମସ୍ଥଳୀର ବିକାଶ ପାଇଁ ୨୧.୦୨ କୋଟି, ସାଲେପୁର ସ୍ବୟଂଶାସିତ କଲେଜ ପାଇଁ ୧.୫୦ କୋଟି, ବହୁଗ୍ରାମ କଲେଜ ପାଇଁ ୨ କୋଟି, ଟାଙ୍ଗୀ ମହାବିଦ୍ୟାଳୟ ପାଇଁ ୦.୫୦ କୋଟି, ଟାଙ୍ଗୀଠାରେ ଆମ ହସ୍ପିଟାଲ ପାଇଁ ୩.୬୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହିପରି କଟକ ଜିଲ୍ଲାରେ ସମୁଦାୟ ୩୨ଟି ପ୍ରକଳ୍ପ ପାଇଁ ୨୧୩.୫୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଅଞ୍ଚଳରେ ମା’ ରାମଚଣ୍ଡୀ ମନ୍ଦିର ପାଇଁ ୫.୮୭ କୋଟି, ଜମ୍ବୁ ଲକ ଏରିଆ ସୌନ୍ଦର୍ଯ୍ୟକରଣ ପାଇଁ ୭.୫୦ କୋଟି, ମାର୍ଶାଘାଇ ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, ବାୟାବାବା ଡିଗ୍ରୀ କଲେଜ ପାଇଁ ୧ କୋଟି, ହୁକିଟୋଲା ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି । କେନ୍ଦ୍ରାପଡା ସ୍ୱୟଂଶାସିତ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨.୭୫ କୋଟି, ତୁଳସୀ ମହିଳା ମହାବିଦ୍ୟାଳୟ ପାଇଁ ୧.୭୫ କୋଟି, ବିରୂପା କଲେଜ ପାଇଁ ୧ କୋଟି, ବଳଦେବ ଜୀଉ ମନ୍ଦିର ପାଇଁ ୫.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି ।

ପାଟକୁରା ଅଞ୍ଚଳରେ ଦଧିବାମନ ଜୀଉ ପାଇଁ ୪.୯୬ କୋଟି, ଲୋକନାଥ ଡିଗ୍ରୀ କଲେଜ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, କରିଲୋପାଟଣା ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, କରିଲୋପାଟଣା ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୧ କୋଟି, ଉତ୍କଳ ଗ୍ରାମୀଣ ପ୍ରଡ୍ୟୁସର ଗ୍ରୁପ ୦.୨୫ କୋଟି ଟଙ୍କା ମଞ୍ଜୁର ହୋଇଛି । ରାଜନଗର ଅଞ୍ଚଳରେ ସାତଭାୟା ଲୋକଙ୍କ ଥଇଥାନ ପାଇଁ ୨୨.୫୨ କୋଟି, କେରଡାଗଡ ବାୟାବାବା ମଠ ପାଇଁ ୪.୯୬ କୋଟି, ବଗପାଟିଆ ପଞ୍ଚୁବରାହୀ ମନ୍ଦିର ପାଇଁ ୪.୯୪ କୋଟି, କେରଡାଗଡ ଜଗନ୍ନାଥ ମନ୍ଦିର ପାଇଁ ୩.୦୩ କୋଟି, ବ୍ରାହ୍ମଣୀ ସେତୁ ପାଇଁ ୫୯.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି । ଆଳି ଅଞ୍ଚଳରେ ଲକ୍ଷ୍ମୀବରାହ ଜୀଉ ମନ୍ଦିର ପାଇଁ ୭.୯୬ କୋଟି ଟଙ୍କା ମଞ୍ଜୁର କାରାଯାଇଛି । ଏହିପରି କେନ୍ଦ୍ରାପଡା ଜିଲ୍ଲାରେ ୨୧ଟି ପ୍ରକଳ୍ପ ପାଇଁ ୧୪୨.୪୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.