ETV Bharat / state

ପୁରୀରେ ପ୍ରତିଷ୍ଠା ହେବ ASIର ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର - କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀରେ ପ୍ରତିଷ୍ଠା ଦେବ ଏଏସଆଇ ନୂତନ ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ । ଟ୍ବିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ ଦିଗରେ ପଦକ୍ଷେପ

author img

By

Published : Nov 10, 2022, 12:48 PM IST

Updated : Nov 10, 2022, 2:22 PM IST

ଭୁବନେଶ୍ବର: ପୁରୀରେ ଭାରତୀୟ ପ୍ରତ୍ନତତ୍ତ୍ବ ସଂସ୍ଥା (ASI)ର ନୂତନ ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ହେବ । ରାଜ୍ୟର ଗୌରବମୟ ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ କରିବା ଦିଗରେ ବଡ଼ ପଦକ୍ଷେପ । ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତିକୁ ସ୍ବାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଧର୍ମେନ୍ଦ୍ର ।

  • ଓଡ଼ିଶାରେ ଥିବା କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ପୁରୀ ଠାରେ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗର (ଏଏସଆଇ) ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତି ଏ ଦିଗରେ ସ୍ୱାଗତଯୋଗ୍ୟ ପଦକ୍ଷେପ ।

    — Dharmendra Pradhan (@dpradhanbjp) November 9, 2022 " class="align-text-top noRightClick twitterSection" data=" ">
  • ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଓଡ଼ିଶା । ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ @narendramodi ନିରନ୍ତର ଉଦ୍ୟମ କରୁଛନ୍ତି ।

ଏହା ବି ପଢନ୍ତୁ...ବ୍ଲାକମେଲର ଅର୍ଚ୍ଚନା‌ ନାଗ ମାମଲା, ୮ଟି ସ୍ଥାନରେ ଇଡିର ତନାଘନା

ଟ୍ବିଟ୍ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, "ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଓଡ଼ିଶା। ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରନ୍ତର ଉଦ୍ୟମ କରୁଛନ୍ତି । ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତି ଏକ ବଡ଼ ପଦକ୍ଷେପ ।" ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ ଏହି ପଦକ୍ଷେପ ନେଇଥିବାରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 10, 2022, 2:22 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.