ETV Bharat / state

ଖୋର୍ଦ୍ଧାରେ ଖେରୀ ପୁନରାବୃତ୍ତି, ଭିଡ ଉପରେ ଗାଡି ମଡାଇଦେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅଭାବନୀୟ ଘଟଣା । ଉତ୍ତର ପ୍ରଦେଶ ଲଖୀମପୁର ଖେରୀ ଘଟଣାର ପୁନରାବୃତ୍ତି ଖୋର୍ଦ୍ଧାରେ ଦେଖିବାକୁ ମିଳିଛି । ଅଧିକ ପଢନ୍ତୁ

ଚିଲିକା ବିଧାୟକଙ୍କ ଉପରେ ମରଣାନ୍ତକ ଆକ୍ରମଣ
ଚିଲିକା ବିଧାୟକଙ୍କ ଉପରେ ମରଣାନ୍ତକ ଆକ୍ରମଣ
author img

By

Published : Mar 12, 2022, 12:05 PM IST

Updated : Mar 12, 2022, 8:09 PM IST

ଖୋର୍ଦ୍ଧା: ବାଣପୁରରେ ଅଭାବନୀୟ ଘଟଣା । ଉତ୍ତର ପ୍ରଦେଶ ଲଖୀମପୁର ଖେରୀ ଘଟଣାର ପୁନରାବୃତ୍ତି ଖୋର୍ଦ୍ଧାରେ ଦେଖିବାକୁ ମିଳିଛି । ଭିଡ ଭିତରେ ଗାଡି ଚଢାଇଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ଘଟଣାରେ ୨୦ରୁ ଆହତ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ସେହିପରି ଆହତଙ୍କ ମଧ୍ୟରେ ୭ ପୋଲିସକର୍ମୀ ରହିଥିବାବେଳେ ୨ ସାମ୍ବାଦିକ ରହିଛନ୍ତି । ଏହାପରେ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଖୋର୍ଦ୍ଧାରେ ଖେରୀ ପୁନରାବୃତ୍ତି, ଭିଡ ଉପରେ ଗାଡି ମଡାଇଦେଲେ ଚିଲିକା ବିଧାୟକ

ପ୍ରଥମେ ଟାଙ୍ଗୀ ହସ୍ପିଟାଲ ଓ ପରେ ଭୁବନେଶ୍ବରକୁ ସ୍ଥାନାନ୍ତର ହୋଇଛନ୍ତି ଗୁରୁତର ବିଧାୟକ । ଘଟଣାସ୍ଥଳରେ ଏବେ ଉତ୍ତେଜନା ଲାଗି ରହିଛି । ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଏସପି ଅଲେଖ ଚନ୍ଦ୍ର ପହି । ଘଟଣାରେ ୧୦ ପୋଲିସ କର୍ମଚାରୀଙ୍କ ସହ ଅନ୍ୟ ୬ ଜଣ ସାଧାରଣ ଲୋକ ଆହତ ହୋଇଛନ୍ତି । ସେଥିରେ ବାଣପୁର ଇନ୍ସପେକ୍ଟର, ଜଣେ SI ଏବଂ ଜଣେ ସାମ୍ବାଦିକ ଆହତ । ଘଟଣାରେ କୌଣସି ମାମଲା ରୁଜୁ ହୋଇନାହିଁ ।

ସୂଚନା ଅନୁସାରେ, ଆଜି ବାଣପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକିୟା ଜାରି ରହିଛି । ଏହି ସମୟରେ ସେଠାରେ ଶହ ଶହ ଲୋକେ ରୁଣ୍ଡ ହୋଇଥିଲେ । ଏହି ସମୟରେ ବିଧାୟକ ବ୍ଲକ ପରିସରକୁ ଗାଡି ନେଇ ଧସେଇ ପଶିଥିଲେ । ଭିଡ଼ ଭିତରେ ସେ ଗାଡି ନେବା ସମୟରେ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିବା ଅଭିଯୋଗ ହୋଇଛି । ଘଟଣାରେ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ହସ୍ପିଟାଲରେ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ମାଡ଼ ମାରିଥିଲେ । ସଂଘବଦ୍ଧ ଆକ୍ରମଣରେ ବିଧାୟକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପରେ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କ ଗାଡି ଭଙ୍ଗାରୁଜା କରିଥିଲେ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Last Updated : Mar 12, 2022, 8:09 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.