ETV Bharat / state

ଜୁଲାଇ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ - ଜୁଲାଇ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ବସଷ୍ଟାଣ୍ଡ

ଜୁଲାଇ ସୁଦ୍ଧା ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ । ରାଜଧାନୀ ଭୁବନେଶ୍ବରରେ ଓଡିଶାର ପ୍ରଥମ ବିଶ୍ବସ୍ତରୀୟ ଟ୍ରାନଜିଟ ସିଷ୍ଟମ ହେଉଛି । ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହିତ ଦୈନିକ ୨ ହଜାର ବସ ଚଳାଚଳ କରିପାରିବ । ଅଧିକ ପଢନ୍ତୁ

ଜୁଲାଇ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ

author img

By

Published : Jun 1, 2023, 9:35 PM IST

ଭୁବନେଶ୍ବର: ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର ୮୫ ପ୍ରତିଶତ କାମ ଶେଷ ହୋଇଛି । ଜୁଲାଇ ସୁଦ୍ଧା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ । ନିର୍ଦ୍ଦେଶ ଦେଇଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ ନିର୍ମାଣ କାମ ସମୀକ୍ଷା କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ନୂଆ ରୂପ ନେଉଛି ବସ୍‌ ଟର୍ମିନାଲ । ସମୀକ୍ଷା ସମୟରେ ପରିବହନ କମିଶନର ଅମିତାଭ ଠାକୁର, ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ବିଏମସି କମିଶନର ବିଜୟ ଅମୃତରାଜ କୁଲାଙ୍ଗେ, ଭୁବନେଶ୍ବର ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ଜୁଲାଇ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ
ଜୁଲାଇ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ

5T ଉପକ୍ରମରେ ବରମୁଣ୍ଡା ବସ୍‌ ଟର୍ମିନାଲର ହେଉଛି ରୂପାନ୍ତର । ଏହି କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି. କେ ପାଣ୍ଡିଆନ ବରମୁଣ୍ଡା ସ୍ଥିତ ନିର୍ମାଣଧୀନ ଆନ୍ତଃରାଜ୍ୟ ବସ ଟର୍ମିନାଲରେ ପହଞ୍ଚି ଥିଲେ । ନିର୍ମାଣସ୍ଥଳ ପରିଦର୍ଶନ କରି ସେ ପୁରା ନିର୍ମାଣ କାମର ଏକ ଭିଡିଓ ପ୍ରେଜେଣ୍ଟେସନ ଦେଖି ଆଲୋଚନା କରିଛନ୍ତି । ପ୍ରକଳ୍ପର ୮୫ ପ୍ରତିଶତ କାମ ଶେଷ ହୋଇସାରିଛି । ଜୁନ୍‌ ମାସ ଶେଷ ସୁଦ୍ଧା ସିଭିଲ କାମ ସରିବ ବୋଲି ଜଣାଯାଇଛି । ଜୁଲାଇ ମାସ ସୁଦ୍ଧା ପୁରା ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ 5T ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ବରମୁଣ୍ଡା ବସ୍‌ ଟର୍ମିନାଲ ହେଉଛି ରାଜଧାନୀ ଭୁବନେଶ୍ବରରେ ଓଡିଶାର ପ୍ରଥମ ବିଶ୍ବସ୍ତରୀୟ ଟ୍ରାନଜିଟ ସିଷ୍ଟମ । ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହିତ ଦୈନିକ ୨ ହଜାର ବସ ଚଳାଚଳ କରିପାରିବ । ୧୧ ଏକର ପରିମିତ ଅଞ୍ଚଳରେ ୧୮୦ କୋଟି ଟଙ୍କା ବ୍ୟୟରେ ଏହି ଟର୍ମିନାଲ ନିର୍ମାଣ କରାଯାଉଛି । ଭବିଷ୍ୟତରେ ସମ୍ପ୍ରସାରଣ ପାଇଁ ଆଉ ୪ ଏକର ଜମି ଅଛି । ଏଥିରେ ଫୁଡକୋର୍ଟ, Excavator, Elevator, ବହୁତଳୀୟ କାର ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ Pick-Up ଓ Drop-Off ବ୍ୟବସ୍ଥା ରହିବ । ଏହା ସହିତ ପ୍ରିପେଡ୍‌ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ ।

ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ବାରା ପରିଚାଳିତ କରାଯିବ । ଏଥିରେ Wi-Fi ସହିତ ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି । ଏତଦବ୍ୟତୀତ ଯାତ୍ରୀଙ୍କ ସୁବିଧା ପାଇଁ ସେଠାରେ ଆହାର ପ୍ଲସ୍‌ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ବସ୍‌ ଟର୍ମିନାଲର ରୂପାନ୍ତର ପାଇଁ ସ୍ଥାନାନ୍ତରିତ ହୋଇଥିବା ଭେଣ୍ଡରମାନଙ୍କ ଥଇଥାନ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ । ଏଠାରୁ ବିଶାଖାପାଟନା, ରାଞ୍ଚି, ରାୟପୁର, ହାଇଦ୍ରାବାଦ, କୋଲକତା ଓ ବେଙ୍ଗାଲୁରୁ ସମେତ ଦେଶର ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ବସ୍‌ ଚଳାଚଳ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.