ETV Bharat / state

ଭତ୍ତାଧାରୀଙ୍କୁ ମିଳିବ ୩୦୦ ଟଙ୍କାର ଶୀତକାଳୀନ ସହାୟତା - ସାମାଜିକ ସୁରକ୍ଷା ଯୋଜନା

ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ୪୮ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର । ପ୍ରତ୍ୟେକ ହିତାଧିକାରୀଙ୍କୁ ଏକକାଳୀନ ୩ ଶହ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ଦେଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ । ଅଧିକ ପଢ଼ନ୍ତୁ

ଭତ୍ତାଧାରୀଙ୍କୁ ମିଳିବ ୩୦୦ ଟଙ୍କାର ଶୀତକାଳୀନ ସହାୟତା

author img

By

Published : Nov 19, 2022, 6:12 PM IST

ଭୁବନେଶ୍ବର: ସାମାଜିକ ସୁରକ୍ଷା ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ପ୍ରଦାନ କରିବେ । ପ୍ରତ୍ୟେକ ହିତାଧିକାରୀଙ୍କୁ ଏକକାଳୀନ ୩ ଶହ ଟଙ୍କା ପ୍ରଦାନ କରାଯିବ । ଡିସେମ୍ବର ମାସରେ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରେ ଏହି ଅର୍ଥ ଜମା କରାଯିବ ବୋଲି ଜଣାପଡ଼ିଛି ।

ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ୪୮ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ଯୋଗାଇଦେବେ ରାଜ୍ୟ ସରକାର । ସହାୟତା ବାବଦରେ ରାଜ୍ୟ ସରକାର ପ୍ରାୟ ୧୪ କୋଟି ୬୨ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ହିତାଧିକାରୀମାନଙ୍କୁ ୧୦୦ ଟଙ୍କା ଲେଖାଏଁ ଗ୍ରୀଷ୍ମକାଳୀନ ସହାୟତା ପ୍ରଦାନ କରାଯାଇଥିଲା । ତେବେ ଆସନ୍ତା ଡିସେମ୍ବର ମାସରେ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ରାଶି ଜମା କରାଯିବ ବୋଲି ସୂଚନା ଦେଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.