ETV Bharat / state

ଆହୁରି ୪ ଦିନ କାଳବୈଶାଖୀ, ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଆହୁରି ୪ ଦିନ କାଳବୈଶାଖୀ ଜନିତ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଆଜି ପାଇଁ ୨୧ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ଆହୁରି ୪ ଦିନ କାଳବୈଶାଖୀ ନେଇ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

author img

By

Published : Apr 28, 2023, 8:12 PM IST

ଆହୁରି ୪ ଦିନ କାଳବୈଶାଖୀ ନେଇ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବା ବେଳେ ଆହୁରି ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାକୁ ନେଇ ଆଜି ପାଇଁ ୨୧ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଅଧିକ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ.ଆର୍ ବିଶ୍ବାସ ।

ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀର ଅଧିକ ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, ମୟୂରଭଞ୍ଜ ଓ ବାଲେଶ୍ଵର ।

ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ବିଭାଗ । ଏହାସହ ୧୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ଦିନର ତାପମାତ୍ରା ସ୍ଵାଭାବିକଠାରୁ ୨ ଡିଗ୍ରୀ କମ୍ ରହିଛି । ଏହାସହ ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରୀ ସେଲିସିୟସ ରେକର୍ଡ଼ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ବାଲେଶ୍ଵରରେ ୧୯.୪ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ଵରରେ ତାପମାତ୍ରା ୩୬ ଡିଗ୍ରୀ ପାଖାପାଖି ରହିବାର ସମ୍ଭାବନା ରହିଛି ବୋଲି ବିଭାଗ ଆକଳନ କରିଛି । ଆଜି ସକାଳେ ଭୁବନେଶ୍ବର ଓ କଟକରେ ହାଲୁକା ବର୍ଷା ଦେଖିବାକୁ ମିଳିଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.