ETV Bharat / state

Odisha Weather: ୨୪ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ! - ପାଣିପାଗ ବିଭାଗ

ରାଜ୍ୟରେ ଅତ୍ୟଧିକ ତାତି ଅନୁଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : May 23, 2023, 5:23 PM IST

୨୪ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ବର: ଜଳୁଛି ସାରା ଓଡ଼ିଶା । ପ୍ରଚଣ୍ଡ ରୁଦ୍ରତାପ ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ। ଅତ୍ୟଧିକ ଖରାର ପ୍ରବାହକୁ ନେଇ ଖାଁ ଖାଁ ରାସ୍ତାଘାଟ । ଏଭଳି ଅସହ୍ୟ ଗରମ ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ରହିବ । ରାଜ୍ୟରେ କାଳବୈଶାଖୀ ଦୁର୍ବଳ ହୋଇଥିବା ବେଳେ କାଁଭାଁ ବର୍ଷା ହେଉଥିବାରୁ ରାଜ୍ୟରେ ଅସହ୍ୟ ଖରା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୯ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ରହିଛି । ଏହି ସମୟରେ ୪୦ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ବି ପଢନ୍ତୁ- ଭୁବନେଶ୍ୱର ମଲରେ ଲାଗିଲା ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ଅଗ୍ନିଶମର ପ୍ରୟାସ ଜାରି

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲା ବିଶେଷ କରି ଆଭ୍ୟନ୍ତରୀଣ ଜିଲ୍ଲାରେ ଖରା ସହ ଅସହ୍ୟ ଗୁଳୁଗୁଳି ହେଉଥିବା ବେଳେ ସମ୍ବଲପୁରରେ ସର୍ବାଧିକ ୪୩. ୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ବିଭିନ୍ନ ସହରର ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୪୩.୩ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ବର ୩୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସମ୍ବଲପୁରର ଯୁଯୁମରାରେ ୪୬.୪ ମିମି ବର୍ଷାରେ ରେକର୍ଡ କରାଯାଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଅତ୍ୟଧିକ ଗରମ ଅନୁଭୂତ ହେଉଥିବାରୁ ଲୋକଙ୍କୁ ଘର ଭିତରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରି ସାଥୀରେ ଛତା କିମ୍ବା ଓଦା ଗାମୁଛା ନେବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.