ETV Bharat / state

କାଲି ବିଜେଡି ସଂସଦୀୟ ଦଳ ବୈଠକ, ସାଂସଦଙ୍କୁ ମନ୍ତ୍ର ଫୁଙ୍କିବେ ନବୀନ

author img

By

Published : Jan 27, 2023, 10:47 PM IST

ଆଗକୁ ଆସୁଛି ସଂସଦର ବଜେଟ ଅଧିବେଶନ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅପରାହ୍ନରେ ନବୀନ ନିବାସରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ବୈଠକରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଉଭୟ ରାଜ୍ୟସଭା ଓ ଲୋକସଭା ସାଂସଦମାନେ ବୈଠକରେ ଉପସ୍ଥିତ ରହିବେ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଆସନ୍ତାକାଲି (ଶନିବାର) ବସିବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ସଂସଦୀୟ ଦଳ ବୈଠକ । ନବୀନ ନିବାସରେ ବସିବାକୁ ଥିବା ବୈଠକର ଅଧ୍ୟକ୍ଷତାରେ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦଙ୍କୁ ମନ୍ତ୍ର ଫୁଙ୍କିବେ ନବୀନ । ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ଶାଣିତ ସ୍ୱରରେ ସଂସଦରେ ଉଠାଇବାକୁ ନବୀନ ନିର୍ଦ୍ଦେଶ ଦେବେ ବୋଲି ସୂଚନା ମିଳିଛି ।

ଆଗକୁ ଆସୁଛି ସଂସଦର ବଜେଟ ଅଧିବେଶନ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅପରାହ୍ନରେ ନବୀନ ନିବାସରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ବୈଠକରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଉଭୟ ରାଜ୍ୟସଭା ଓ ଲୋକସଭା ସାଂସଦମାନେ ବୈଠକରେ ଉପସ୍ଥିତ ରହିବେ । ରାଜ୍ୟର ସ୍ୱାର୍ଥ ରକ୍ଷା ପାଇଁ ଦାବି ଉଠାଇବାକୁ ବୈଠକରେ ନିର୍ଦ୍ଦେଶ ଦେବେ ନବୀନ । ରାଜ୍ୟର ଦାବିକୁ ସଂସଦର ଉଭୟ ଗୃହରେ ଉପସ୍ଥାପନ ପାଇଁ ସେ ସାଂସଦମାନଙ୍କୁ ଗୁରୁମନ୍ତ୍ର ଦେବେ ।

ଆବାସ ବିବାଦ, ବଳକା ଉଷୁନା ଚାଉଳ ଉଠାଣ, କୋଇଲା ରୟାଲଟିରେ ରାଜ୍ୟଭାଗ ବୃଦ୍ଧି ଓ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ଦାବି ଉଠାଇବା ବିଜେଡି । ବକେୟା ଧାନ କ୍ରୟ ବାବଦ ରିହାତି, ଜିଏସଟି ବାବଦ ବକେୟା ଦେୟ, ଦୁର୍ଗମ ଅଞ୍ଚଳରେ ଟେଲିଫୋନ ସେବା, ବ୍ୟାଙ୍କ ନଥିବା ପଞ୍ଚାୟତରେ ବ୍ୟାଙ୍କ ଶାଖା ଖୋଲିବା, ଓଡିଶାର ୧୬୯ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ଏସଟି ତାଲିକାରେ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗ ଉଠାଇବ ବିଜେଡି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.