ଢେଙ୍କାନାଳ: ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ଭୁବନ ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଇଛି । ଭୁବନ ବିଜୁ ଜନତା ଦଳ ପକ୍ଷରୁ ବାରୁଆଁ ପଞ୍ଚାୟତ ସ୍ଥାନୀୟ ବାଲୁଙ୍କେଶ୍ବର ମହାବିଦ୍ୟାଳୟ ପରିଷରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଛି ।
ଢେଙ୍କାନାଳ ସାଂସଦ ମହେଶ ସାହୁ ଓ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ଉଦଘାଟ କରିଥିଲେ । ବିଜୁ ଜନତା ଦଳର କର୍ମୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିବା ସହିତ ଭୁବନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଯୋଗଦେଇଥିଲେ ।
ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ