ETV Bharat / state

ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ, କେନ୍ଦ୍ରମନ୍ତ୍ରୀଙ୍କ ବକ୍ତବ୍ୟ ନିର୍ବୋଧତାର ପରିଚୟ: ବିଜେଡି

ବିଜେଡି ପ୍ରବକ୍ତା ଇପ୍ସିତା ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା କହିବା, ଯାହା ସମ୍ପୂର୍ଣ୍ଣ ମିଛ । ଅଧିକ ପଢନ୍ତୁ

ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ; କେନ୍ଦ୍ରମନ୍ତ୍ରୀଙ୍କ ବକ୍ତବ୍ୟ ନିର୍ବୋଧତାର ପରିଚୟ: ବିଜେଡି

author img

By ETV Bharat Odisha Team

Published : Oct 14, 2023, 10:51 PM IST

ଭୁବନେଶ୍ବର: ମିଶନ ଶକ୍ତିକୁ ନେଇ ଧରାପଡିଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମିଛ । ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା କହିବା, ଯାହା ସମ୍ପୂର୍ଣ୍ଣ ମିଛ । ଏଭଳି ବକ୍ତବ୍ୟ କେନ୍ଦ୍ରମନ୍ତ୍ରୀଙ୍କ ନିର୍ବୋଧତାର ପରିଚୟ ଦେଉଛି । ମୃତ୍ୟୁଯନ୍ତା ପାଲଟିଥିବା ରାଜପଥ ୫୫ ନେଇ ଧର୍ମେନ୍ଦ୍ରଙ୍କ ନିରବତା ସନ୍ଦେହଜନକ । ସେହିପରି ରାଜ୍ୟର ଆଦିବାସୀଙ୍କ ଘର ବାତିଲ ନେଇ ବି ମୁହଁ ଖୋଲୁ ନାହାନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଆଜି ଆଠଗଡରେ ଯେଉଁ ଅଭିଭାଷଣ ରଖିଛନ୍ତି, ତାହା ଦୁର୍ଭାଗ୍ୟର କଥା । ଏହା କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ।

ବିଜେଡି ପ୍ରବକ୍ତା ଇପ୍ସିତା ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା କହିବା, ଯାହା ସମ୍ପୂର୍ଣ୍ଣ ମିଛ । ଏଭଳି ବିଭ୍ରାନ୍ତିକର ତଥ୍ୟ ଦେଇ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ମାନଙ୍କୁ ଅପମାନିତ କରିଛନ୍ତି । ଯେଉଁ ମା’ ମାନେ ଗଛ ତଳେ ବସି, ମୁଠି ଚାଉଳ ଦେଇ ଏହାକୁ ଗଢିଛନ୍ତି, ତାଙ୍କ କାର୍ଯ୍ୟ ବିଷୟରେ ନଜାଣି ବକ୍ତବ୍ୟ ଦେବା ସେମାନଙ୍କ ପ୍ରତି ଅପମାନ ଓ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା ।

ଅଧିକ ପଢନ୍ତୁ- ହତାଶ ହେବା ପରେ ବାଉଳି ହେଉଛନ୍ତି ଲେଖାଶ୍ରୀ: ଇପ୍ସିତା ସାହୁ

କେନ୍ଦ୍ରମନ୍ତ୍ରୀ ଆଠଗଡ ନିର୍ବାଚନ ମଣ୍ଡଳୀ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥର ଶୋଚନୀୟ ଅବସ୍ଥାକୁ ସୁଧାରିବାକୁ କଣ କରିଛନ୍ତି । ୯ ବର୍ଷର କେନ୍ଦ୍ରମନ୍ତ୍ରୀତ୍ବ ସମୟରେ କଣ ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଆଠଗଡବାସୀଙ୍କୁ କହିଥିଲେ ଭଲ ହୋଇଥାନ୍ତା । କାରଣ ଖାଲି ଆଠଗଡବାସୀ ନୁହଁନ୍ତି, ସାରା ଓଡିଶାବାସୀ ଜାଣିବାକୁ ଚାହୁଁଛନ୍ତି କାହିଁକି ଏନଏଚ - ୫୫ ମରଣଯନ୍ତା ହେଲା ପରେ ମଧ୍ୟ ସେ ଚୁପ ହୋଇ ରହିଛନ୍ତି । ସେହିଭଳି ଓଡିଶାର ବିଜେପି ସାଂସଦମାନେ ଷଡଯନ୍ତ୍ର କରି ଗରିବ ଆଦିବାସୀଙ୍କୁ ମିଳିବାକୁ ଥିବା ଘର ବନ୍ଦ କରିଦେଲେ । ଆଜିର ସଭାରେ ଧର୍ମେନ୍ଦ୍ର ପ୍ରଧାନ ଏ ବାବଦରେ ପଦୁଟିଏ ମଧ୍ୟ ଉଲ୍ଲେଖ କଲେନାହିଁ । ସାଢେ ୪ କୋଟି ଓଡିଶାବାସୀଙ୍କ ସାମ୍ନାରେ ଏଭଳି ଅବିଚାର ନେଇ ବକ୍ତବ୍ୟ ରଖିଥିଲେ ଭଲ ହୋଇଥାନ୍ତା ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଆପଣ ଦାୟିତ୍ବ ତୁଲାଉଛନ୍ତି । ଆଠଗଡ ଗସ୍ତ ସମୟରେ ଜବାହର ନବୋଦୟ ବିଦ୍ୟାଳୟ ଅଥବା କେନ୍ଦ୍ରୀୟ ବିଦ୍ୟାଳୟ ନେଇ ଶିଳାନ୍ୟାସ କରିଥିଲେ ଆଠଗଡବାସୀ ଉପକୃତ ହୋଇଥାନ୍ତେ । ଶିକ୍ଷାମନ୍ତ୍ରୀ ଭାବେ ଓଡିଶାର ବିଭିନ୍ନ ସ୍ଥାନ ବୁଲୁଛନ୍ତି । କହିଲେ, କେତେ କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହର ନବୋଦୟ ବିଦ୍ୟାଳୟ ପାଇଁ ଆପଣ କି ପଦକ୍ଷେପ ନେଇଛନ୍ତି । ସଭାରେ ବିଭ୍ରାନ୍ତିକର ତଥ୍ୟ ଦେବା ବଦଳରେ ଏସବୁର ହିସାବ ଦେଇଥିଲେ ଭଲ ହୋଇଥାନ୍ତା ବୋଲି ଇପ୍ସିତା ସାହୁ କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.