ETV Bharat / state

ଶଙ୍ଖକୁ ବିରୋଧ କରି ଓଡିଆ ସଂସ୍କୃତିକୁ ଅପମାନିତ କରୁଛି ବିଜେପି : ଅରୁଣ - ଆମ ଓଡିଶା ନବୀନ ଓଡିଶା ଯୋଜନା

ଅରୁଣ ସାହୁ କହିଛନ୍ତି ଯେ, ଆମ ଓଡିଶା, ନବୀନ ଓଡିଶା ଯୋଜନା ହେଉଛି ଓଡିଶାର ଜନସାଧାରଣଙ୍କ ପାଇଁ କରାଯାଉଥିବା କାର୍ଯ୍ୟକ୍ରମ । ଜନତା ନିଜ ପଞ୍ଚାୟତରେ ଯେଉଁ ପ୍ରକଳ୍ପ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ, ତାକୁ ଏହି ଯୋଜନାରେ କାର୍ଯ୍ୟକାରୀ କରାଯାଉଛି । ଅଧିକ ପଢନ୍ତୁ

ଶଙ୍ଖକୁ ବିରୋଧ କରି ଓଡିଆ ସଂସ୍କୃତିକୁ ଅପମାନିତ କରୁଛି ବିଜେପି : ଅରୁଣ

author img

By ETV Bharat Odisha Team

Published : Oct 10, 2023, 10:04 PM IST

ଭୁବନେଶ୍ବର: ଶଙ୍ଖ ଓଡିଆ ଜାତି ଓ ସଂସ୍କୃତିର ଅବିଛେଦ୍ୟ ଅଙ୍ଗ । ଆମ ପରମ୍ପରା ଅନୁସାରେ ସବୁ ଶୁଭ କାର୍ଯ୍ୟ ଆରମ୍ଭରେ "ଶଙ୍ଖ’ ବଜାଯାଏ । ରାଜ୍ୟ ବିଜେପି ନେତା କଣ ଚାହୁଁଛନ୍ତି ଏହା ବନ୍ଦ ହେଉ ? ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରକୁ ଶଙ୍ଖକ୍ଷେତ୍ର କୁହାଯାଏ । ଏହାର ନାମ ପରିବର୍ତ୍ତନ କରିବାକୁ କଣ ବିରୋଧୀ ଦଳ ଚାହୁଁଛନ୍ତି କି ବୋଲି କହିଛନ୍ତି ବିଜେଡିର ବରିଷ୍ଠ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ।

ଅରୁଣ ସାହୁ କହିଛନ୍ତି ଯେ, ଆମ ଓଡିଶା, ନବୀନ ଓଡିଶା ଯୋଜନା ହେଉଛି ଓଡିଶାର ଜନସାଧାରଣଙ୍କ ପାଇଁ କରାଯାଉଥିବା କାର୍ଯ୍ୟକ୍ରମ । ଜନତା ନିଜ ପଞ୍ଚାୟତରେ ଯେଉଁ ପ୍ରକଳ୍ପ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ, ତାକୁ ଏହି ଯୋଜନାରେ କାର୍ଯ୍ୟକାରୀ କରାଯାଉଛି । ଲୋକଙ୍କ ପାଇଁ ହେଉଥିବା ଭଲ କାମରେ ଶୁଭ ଶଙ୍ଖ ରହିଲେ ରାଜ୍ୟ ବିଜେପି ନେତାଙ୍କୁ କଷ୍ଟ କ’ଣ ପାଇଁ ହେଉଛି ? ପ୍ରତି କଥାରେ ରାଜନୀତି କରିବା ବିରୋଧୀ ଦଳର ଅଭ୍ୟାସ ହୋଇଗଲାଣି ।

ଏହାବି ପଢନ୍ତୁ- Ama Odisha Nabin Odisha: ଆରମ୍ଭ ହେଲା ଆମ ଓଡିଶା ନବୀନ ଓଡିଶା; ଖର୍ଚ୍ଚ ହେବ ୩୩୯୭ କୋଟି

ଓଡିଶାରେ ହେଉଥିବା ଦ୍ରୁତ ବିକାଶ ଜନତା ଦେଖୁଛନ୍ତି ଆଉ ଅନୁଭବ ମଧ୍ୟ କରୁଛନ୍ତି । ଯାହା ବିରୋଧୀଙ୍କୁ ଅସହ୍ୟ ହେଉଛି । ତେଣୁ ରାଜ୍ୟ ବିଜେପି ନେତା ଜନବିରୋଧୀ କାର୍ଯ୍ୟରେ ନିଜକୁ ସାମିଲ କରି ବିକାଶ ପ୍ରକ୍ରିୟାରେ ବାଧା ଆଣୁଛନ୍ତି । ସାଢେ ୪ କୋଟି ଓଡିଶାବାସୀ ଏଭଳି ଜନବିରୋଧୀଙ୍କୁ ଲଗାତାର ପ୍ରତ୍ୟାଖ୍ୟାନ କରି ଆସୁଛନ୍ତି ଏବଂ ଆଗକୁ ମଧ୍ୟ କରିବେ । ଯେଉଁଥିପାଇଁ ବିରୋଧୀ ଦଳ ହତାଶ ହୋଇଗଲେଣି ଅରୁଣ କହିଛନ୍ତି ।

ବିଜେପି ଅଭିଯୋଗ କରିଥିଲା ଯେ, ରାଜ୍ୟ ସରକାର ଆରମ୍ଭ କରିଥିବା ‘ଆମ ଓଡିଶା ନବୀନ ଓଡିଶା ଯୋଜନା’ ହେଉଛି 'ନବୀନ ଓଡିଶା ଲୁଟ ଓଡିଶା' । ଯୋଜନାରେ ଖର୍ଚ୍ଚ ହେବାକୁ ଥିବା ୪୦୦୦ କୋଟି ଟଙ୍କାରୁ ୫୦ ପ୍ରତିଶତ ପିସି ହାରରେ ୨୦୦୦ କୋଟି ଟଙ୍କା ବିଜୁ ଜନତା ଦଳ ସରକାର ଲୁଟ କରିବା ପାଇଁ ଷଡଯନ୍ତ୍ର କରିଛନ୍ତି । ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଦଳୀୟ ଚିହ୍ନକୁ ବ୍ୟବହାର କରି ଏକ ଘୃଣ୍ୟ ପରମ୍ପରା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ଜନତା ଦଳର ଲୋକପ୍ରିୟତା ରସାତଳ ହୋଇଛି ବୋଲି ବିଜ୍ଞାପନରୁ ସ୍ପଷ୍ଟ ହେଉଛି । ସେଥିପାଇଁ ସେମାନେ ଏବେ ସରକାରୀ ଯୋଜନାରେ ନିଜର ଦଳୀୟ ଚିହ୍ନକୁ ଥୋପିବା ପାଇଁ ଅପଚେଷ୍ଟା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.