ETV Bharat / state

ଓଡିଶା ଚାଷୀଙ୍କୁ ବିଜେପି ଲମ୍ବା ସମୟ ଧରି ପ୍ରତାରଣା କରୁଛି ଓ ଠକିଛି: ବିଜେଡି - କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟାର୍ଗେଟ କରିଛନ୍ତି । ଏହାର ଜବାବରେ ବିଜେପି, କେନ୍ଦ୍ର ସରକାର ଓ କେନ୍ଦ୍ରମନ୍ତ୍ରୀଙ୍କୁ ଘେରିଛି ବିଜେଡି । ଓଡିଶାର ଚାଷୀମାନେ ବର୍ଷ ବର୍ଷ ଧରି ବିଜେପି ଦ୍ୱାରା ଠକେଇର ଶିକାର ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । କିଭଳି ଚାଷୀମାନେ ଠକି ହେଉଛନ୍ତି ସେ ସଂକ୍ରାନ୍ତରେ ବିସ୍ତୃତ ସୂଚନା ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ଅଧିକ ପଢନ୍ତୁ

ବିଜେଡି
ବିଜେଡି
author img

By

Published : Nov 22, 2022, 9:24 PM IST

Updated : Nov 22, 2022, 10:26 PM IST

ଭୁବନେଶ୍ବର: ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟାର୍ଗେଟ କରିଛନ୍ତି । ଏହାର ଜବାବରେ ବିଜେପି, କେନ୍ଦ୍ର ସରକାର ଓ କେନ୍ଦ୍ରମନ୍ତ୍ରୀଙ୍କୁ ଘେରିଛି ବିଜେଡି । ଓଡିଶାର ଚାଷୀମାନେ ବର୍ଷ ବର୍ଷ ଧରି ବିଜେପି ଦ୍ୱାରା ଠକେଇର ଶିକାର ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । କିଭଳି ଚାଷୀମାନେ ଠକି ହେଉଛନ୍ତି ସେ ସଂକ୍ରାନ୍ତରେ ବିସ୍ତୃତ ସୂଚନା ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ।

ଓଡିଶା ଚାଷୀଙ୍କୁ ବିଜେପି ଲମ୍ବା ସମୟ ଧରି ପ୍ରତାରଣା କରୁଛି ଓ ଠକିଛି

ସସ୍ମିତ କହିଛନ୍ତି ଯେ,୨୦୧୪ ନିର୍ବାଚନୀ ଇସ୍ତାହାରରେ ବିଜେପି କହିଥିଲା ଯେ ସେମାନେ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ୧.୫ ଗୁଣ ବୃଦ୍ଧି କରିବେ । ହେଲେ ସେମାନେ ତାହା କଲେ ନାହିଁ । ସେହିଭଳି ବିଜେପି କହିଥିଲା ଯେ କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବେ । କିନ୍ତୁ ସେମାନେ କୃଷକଙ୍କୁ ପ୍ରତାରଣା କରିଛନ୍ତି । ପ୍ରତିଶୃତି ଅନୁଯାୟୀ କେନ୍ଦ୍ର ସେଭଳି କିଛି କରିନାହାଁନ୍ତି । ସଂସଦରେ ବିଜେପି ତିନୋଟି ଚାଷୀ ବିରୋଧୀ କୃଷି ଆଇନ ଆଣିଥିଲା । ଯାହାକୁ କୃଷକଙ୍କ ବ୍ୟାପକ ବିରୋଧ ହୋଇଥିଲା । ୬୦୦ରୁ ଅଧିକ ଚାଷୀ ଏହି ଆନ୍ଦୋଳନରେ ପ୍ରାଣ ହରାଇଥିଲେ । ଧାନର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ଦର ୨୯୩୦ ଟଙ୍କା କରିବାକୁ ଓଡିଶା ବିଧାନସଭାରେ ଆସିଥିବା ସଙ୍କଳ୍ପକୁ ବିଜେଡି ସମେତ ଅନ୍ୟ ବିଧାୟକଙ୍କ ସହ ବିଜେପି ବିଧାୟକମାନେ ବି ସମର୍ଥନ କରିଥିଲେ । କିନ୍ତୁ ବର୍ତ୍ତମାନ ଏ ସଂକ୍ରାନ୍ତରେ ନିରବ ଅଛନ୍ତି । ଠିକ ସମୟରେ ଏବଂ ସଠିକ ପରିମାଣରେ ସାର ଯୋଗାଇବା ହେଉଛି ବିଜେପି ନେତୃତ୍ୱାଧୀନ କେନ୍ଦ୍ରର ଦାୟିତ୍ୱ । କିନ୍ତୁ ସେମାନେ ଓଡିଶାର ଚାଷୀଙ୍କୁ ଆବଶ୍ୟକ ସାର ଦେଉନାହାନ୍ତି । ବଳକା ଚାଉଳ ଉଠାଇବା କେନ୍ଦ୍ରର ଦାୟିତ୍ୱ । କିନ୍ତୁ ସେମାନେ ବଳକା ଚାଉଳ ଉଠାଉ ନାହାନ୍ତି । ଯାହାକି ଓଡିଶାର ଚାଷୀଙ୍କୁ ପ୍ରଭାବିତ କରୁଛି । ସେମାନେ ଓଡ଼ିଶାର କୃଷକମାନଙ୍କୁ ଫସଲ ବୀମା ଦେଲେ ନାହିଁ ।

ଏହାବି ପଢନ୍ତୁ- ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ବାଣ୍ଟିଲେ ୭୧ ହଜାର ନିଯୁକ୍ତିପତ୍ର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖିବା ଏବଂ ନିୟମିତ ଭାବେ ଯୋଗାଯୋଗ କରିବା ଏବଂ ଏଥିସହିତ ଚାଷୀଙ୍କ କ୍ରୋଧକୁ ଦେଖି ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଶେଷରେ ଫସଲ ବୀମା ଅର୍ଥ ଦେବାକୁ ରାଜି ହେଲେ । ସସ୍ମିତ ଆହୁରି ମଧ୍ୟ କହିଛନ୍ତି ଯେ, ଯେତେବେଳେ ବିଜେଡି ସରକାର ଓଡିଶାର କୃଷକମାନଙ୍କୁ ୨୦୦ କୋଟି ଟଙ୍କାର ଇନପୁଟ ସବସିଡି ଦେବାକୁ ଚାହିଁଲେ, ସେମାନେ ଆଦର୍ଶ ଆଚରଣ ବିଧି ଏବଂ ଚାଲିଥିବା ଉପ-ନିର୍ବାଚନ ଆଳରେ ଏହାକୁ ବନ୍ଦ କରିବାକୁ ନିର୍ବାଚନ ଆୟୋଗଙ୍କୁ ଭେଟିଥିଲେ । ଏହି କାରଣରୁ ଇନପୁଟ୍ ସବସିଡି ମଞ୍ଜୁର ହୋଇପାରିଲା ନାହିଁ । କିନ୍ତୁ ଏହି ନିର୍ବାଚନ ଶେଷ ହେବା ଏବଂ ଆଦର୍ଶ ଆଚରଣ ସଂହିତା ପ୍ରତ୍ୟାହାରର ପରଦିନ ଏହା ମଞ୍ଜୁର ହୋଇପାରେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଦ୍ମପୁର ରେଳ ଲାଇନ ନେଇ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ୨୦୧୮ରେ ପଦ୍ମପୁର ରେଳ ଲାଇନକୁ ମଞ୍ଜୁର କରାଯାଇଥିବା ଧର୍ମେନ୍ଦ୍ର କହିଥିବାବେଳେ ଏବେ ଏହି ରେଳ ଲାଇନ କେଉଁଠାରେ ଅଛି ବୋଲି ସେ ପ୍ରଶ୍ନ କରିଛନ୍ତି ? ସେହି ରେଳ ଲାଇନକୁ ଧର୍ମେନ୍ଦ୍ର ଗୋଟିଏ ଟଙ୍କା ମଧ୍ୟ ଦେଇନାହାଁନ୍ତି ବୋଲି ସସ୍ମିତ କହିଛନ୍ତି ।

ଏହାବି ପଢନ୍ତୁ- Gujarat poll: ଟିକେଟ ଦେଲାନି କଂଗ୍ରେସ, ବିଜେପିରେ ସାମିଲ ହେଲେ ପୂର୍ବତନ ବିଧାୟିକା

ଯଦି ଏହା ପ୍ରତାରଣା ନୁହେଁ ତ ଆଉ କ’ଣ ? ପଦ୍ମପୁରର ଲୋକମାନେ ଏହା ଉପରେ ନଜର ରଖିଛନ୍ତି ବୋଲି ସେ କହିଛନ୍ତି । କେନ୍ଦୁପତ୍ର ଶ୍ରମିକଙ୍କୁ କେନ୍ଦ୍ର ପ୍ରତାରଣା କରିଛନ୍ତି । ଯେଉଁମାନେ କି ସାଧାରଣତଃ ବିପିଏଲ ପରିବାରର ପୁରୁଷ ଏବଂ ମହିଳା ଅଟନ୍ତି । ଯେତେବେଳେ କେନ୍ଦୁପତ୍ରରେ ଜିଏସ୍‌ଟି ୫ ପ୍ରତିଶତ ଥିଲା ସେତେବେଳେ ସେମାନେ ଭଲରେ ବଞ୍ଚିଥିଲେ । କିନ୍ତୁ କେନ୍ଦ୍ର ଏହାକୁ ୧୮%କୁ ବୃଦ୍ଧି କରିଛନ୍ତି । ସେମାନଙ୍କର ରୋଜଗାରର ଉତ୍ସ ଉପରେ ଆକ୍ରମଣ କରିଛନ୍ତି । ଏହା ପ୍ରତାରଣା ନୁହେଁ କି ବୋଲି ସେ ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତିରିକ୍ତ ଜିଏସଟି ବୃଦ୍ଧିକୁ ପ୍ରତ୍ୟାହାର କରିବାକୁ କେନ୍ଦ୍ରକୁ ଚିଠି ଲେଖିଥିଲେ ମଧ୍ୟ କେନ୍ଦ୍ର ଏଥିପ୍ରତି ଧ୍ୟାନ ଦେଇନଥିଲେ । ଏହି ଗରିବ ଲୋକମାନେ ଯନ୍ତ୍ରଣାରେ ଚିତ୍କାର କରିଥିଲେ ମଧ୍ୟ କେନ୍ଦ୍ରର କେହି ସେମାନଙ୍କ କଥା ଶୁଣିବାକୁ ଆଗ୍ରହ ପ୍ରକାଶ କରିନଥିଲେ । ବିଜେପିର ଅସଲ ମୁଖା ଏବେ ଖୋଲି ଯାଇଛି । କୃଷକ, କେନ୍ଦୁପତ୍ର ଶ୍ରମିକ ଏବଂ ସାମଗ୍ରିକ ଭାବେ ପଦ୍ମପୁରର ଲୋକମାନେ ସେମାନଙ୍କ ସହ ବିଜେପି କିଭଳି ଠକାମୀ କରିଛି ତାହାକୁ ଦେଖୁଛନ୍ତି । ଆଗାମୀ ଦିନରେ ସେମାନେ ବିଜେପିକୁ ଏହାର ଉଚିତ ଜବାବ ଦେବେ ବୋଲି ଡକ୍ଟର ପାତ୍ର କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 22, 2022, 10:26 PM IST

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.