ଖୋର୍ଦ୍ଧା: ମାହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାକୁ ନେଇ ପ୍ରତିବାଦ କରାଯାଇଛି । ଏନେଇ ବିଜେପି ପକ୍ଷରୁ ଖୋର୍ଦ୍ଧା ଏସପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଏହାସହ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗିରଫ ଦାବି କରାଯାଇଛି । ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା ।
ଏହି ଅବସରରେ ଆଜି (ବୁଧବାର) ଜିଲ୍ଲା ବିଜେପି ସଭାପତି ରଶ୍ମିରଞ୍ଜନ ମହାପାତ୍ରଙ୍କ ନେତୃତ୍ବରେ ଦଳ ପକ୍ଷରୁ ଶତାଧିକ କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକାଠି ହୋଇଥିଲେ । ପରେ ଏସପିଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଘୋଟାଲା ବିରୁଦ୍ଧରେ ମୁହଁ ଖୋଲି ନେତାଙ୍କୁ ହତ୍ୟା କରାଯାଇଥିବା ଦଳ ପକ୍ଷରୁ କୁହାଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ