ETV Bharat / state

ଦୀପାଳିଙ୍କୁ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି ବିଜେପି ନେତା: ବିଜେଡି ମୁଖପାତ୍ର - ଦୀପାଳିଙ୍କୁ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି ବିଜେପି ନେତା

ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ଯେ‌ତେବେ‌ଳେ ପଦ୍ମପୁରର ବିଧାୟକ ବିଜୟ ରଂଜନ ସିଂ ବରିହା ପ୍ରାଣ ହରାଇଲେ, ପଦ୍ମପୁରବାସୀ ଚାହିଁଲେ ତାଙ୍କ ଝିଅ ବର୍ଷା ସିଂ ବରିହା ରାଜନୀତିରେ ପ୍ରବେଶ କରନ୍ତୁ । ପଦ୍ମପୁର ପାଇଁ ତାଙ୍କ ବାପା ଦେଖିଥିବା ସ୍ୱପ୍ନକୁ ପୂରଣ କରନ୍ତୁ । ପଦ୍ମପୁରରେ ଉପନିର୍ବାଚନରେ ବର୍ଷା ରାଜନୀତିରେ ପ୍ରବେଶ କରି ଲୋକଙ୍କ ସେବା କରିବାକୁ ସ୍ଥିର କଲେ । ମାତ୍ର ଓଡ଼ିଶା ବିଜେପିର ନେତାମାନେ ବର୍ଷାଙ୍କୁ ରାଜନୈତିକ ଭାବେ ସମାଲୋଚନା କରିବା ପରିବର୍ତ୍ତେ ବ୍ୟକ୍ତିଗତ ସ୍ତର‌କୁ ଯାଇ ତାଙ୍କୁ କଟୁ ଆକ୍ଷେପ ଓ ଆକ୍ରମଣ କଲେ । ଅଧିକ ପଢନ୍ତୁ

ଦୀପାଳିଙ୍କୁ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି ବିଜେପି ନେତା: ବିଜେଡି ମୁଖପାତ୍ର

author img

By

Published : Apr 22, 2023, 10:51 PM IST

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନବେଳେ ବି‌ଜେପି ନେତାମାନେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିଥିଲେ । ଏହା ସହ ଅତ୍ୟନ୍ତ ତଳ ସ୍ତରକୁ ଯାଇ କୁତ୍ସାରଟନା କରିବାକୁ ପଛାଇ ନଥିଲେ । ଏବେ ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ବିଜେପି ନେତାମାନେ ସମାନ ରଣନୀତି ଆପଣାଇଛନ୍ତି । ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ବ୍ୟକ୍ତିଗତ ଆକ୍ଷେପ ଓ ଅଶାଳୀନ ମନ୍ତବ୍ୟ ଦେଉଛନ୍ତି । ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ବିରୋଧୀ ବିଜେପିର ଏଭଳି ହୀନ ରାଜନୀତିକୁ ବିଜୁ ଜନତା ଦଳ କଡ଼ା ନିନ୍ଦା କରିଛି ।

ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ଯେ‌ତେବେ‌ଳେ ପଦ୍ମପୁରର ବିଧାୟକ ବିଜୟ ରଂଜନ ସିଂ ବରିହା ପ୍ରାଣ ହରାଇଲେ, ପଦ୍ମପୁରବାସୀ ଚାହିଁଲେ ତାଙ୍କ ଝିଅ ବର୍ଷା ସିଂ ବରିହା ରାଜନୀତିରେ ପ୍ରବେଶ କରନ୍ତୁ । ପଦ୍ମପୁର ପାଇଁ ତାଙ୍କ ବାପା ଦେଖିଥିବା ସ୍ୱପ୍ନକୁ ପୂରଣ କରନ୍ତୁ । ପଦ୍ମପୁରରେ ଉପନିର୍ବାଚନରେ ବର୍ଷା ରାଜନୀତିରେ ପ୍ରବେଶ କରି ଲୋକଙ୍କ ସେବା କରିବାକୁ ସ୍ଥିର କଲେ । ମାତ୍ର ଓଡ଼ିଶା ବିଜେପିର ନେତାମାନେ ବର୍ଷାଙ୍କୁ ରାଜନୈତିକ ଭାବେ ସମାଲୋଚନା କରିବା ପରିବର୍ତ୍ତେ ବ୍ୟକ୍ତିଗତ ସ୍ତର‌କୁ ଯାଇ ତାଙ୍କୁ କଟୁ ଆକ୍ଷେପ ଓ ଆକ୍ରମଣ କଲେ । ତାଙ୍କ ବିରୋଧରେ ଅତ୍ୟନ୍ତ ନିମ୍ନ ରୁଚିର ଅଶାଳୀନ ଶବ୍ଦ ବ୍ୟବହାର କଲେ । ଯାହାକି ଆମ ଓଡ଼ିଶାର ସଂସ୍କୃତି ଓ ପରମ୍ପରା ନୁହେଁ ।

କେବଳ ସେତିକି ନୁହେଁ, ତାଙ୍କୁ ଟାର୍ଗେଟ କରି ସେମାନେ ଏମିତି କିଛି ମହିଳା ବିରୋଧୀ ମନ୍ତବ୍ୟ ମଧ୍ୟ ଦେଲେ, ଯାହାକି ଅଧିକ ଯନ୍ତ୍ରଣାଦାୟକ ଥିଲା । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପ୍ରଦୀପ ପୁରୋହିତଙ୍କ ଭଳି ଓଡ଼ିଶା ବିଜେପିର ବରିଷ୍ଠ ନେତାମାନେ ତଳ ସ୍ତରକୁ ଯାଇ ଏଭଳି ମନ୍ତବ୍ୟ ଦେଉଥିଲେ । ସ୍ୱାଭାବିକ ଭାବେ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଏଭଳି କହିବାକୁ ସେମାନଙ୍କୁ ଉସୁକାଉଥିଲେ । ସେମାନଙ୍କର ଏଭଳି ଆଚରଣ ଓ ଉଚ୍ଚାରଣ ବ୍ୟକ୍ତିଗତ ଭାବେ ବର୍ଷା ଏବଂ ତାଙ୍କ ପରିବାର ପାଇଁ ଅତ୍ୟନ୍ତ କଷ୍ଟଦାୟକ ଥିଲା । ଓଡ଼ିଶା ବିଜେପିର ନେତାମାନେ ଏତେ ତଳ ସ୍ତରକୁ ଖସି ଯାଇପାରନ୍ତି ବୋଲି କାହାର ବିଶ୍ୱାସ ନଥିଲା । ମାତ୍ର ନିର୍ବାଚନରେ ଲଢ଼େଇ ପାଇଁ ଏହା ବର୍ଷାଙ୍କୁ ଅଧିକ ସଶକ୍ତ କରିଥିଲା ।

ଶ୍ରୀମୟୀ ଆହୁରି ମଧ୍ୟ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନରେ କରିଥିବା ତ୍ରୁଟିରୁ ବିଜେପି ନେତାମାନେ କିଛି ଶିକ୍ଷା ଲାଭ କରିପାରିଲେନି । ଏବେ ପ୍ରଦୀପ ପୁରୋହିତଙ୍କ ଭଳି ବିଜେପି ନେତାମାନେ ଝାରସୁଗୁଡ଼ାରେ ଉପନିର୍ବାଚନ ଲଢ଼ୁଥିବା ଦୀପାଳି ଦାସଙ୍କ ବିରୋଧରେ ଅନୁରୂପ ଭାବେ ବ୍ୟକ୍ତିଗତ ଆକ୍ଷେପମୂଳକ ଏବଂ ବିଦ୍ୱେଷପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି । ଦୀପାଳି ଓ ତାଙ୍କ ପରିବାର ଏହାକୁ ନେଇ କେତେ ମାନସିକ ଯନ୍ତ୍ରଣା ପାଉଥିବେ, ତାହା ସହଜରେ ଅନୁମେୟ । ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶା ବିଜେପିର ଅନ୍ୟ ନେତାମାନଙ୍କୁ ପଚାରିବାକୁ ଚାହୁଁ, ସେମାନଙ୍କର ମଧ୍ୟ ଝିଅ, ଭଉଣୀ ଏବଂ ପରିବାରରେ ଅନ୍ୟ ମହିଳାମାନେ ଅଛନ୍ତି । ଯଦି କେହି ସେମାନଙ୍କ ବିରୋଧରେ ଏଭଳି ମନ୍ତବ୍ୟ ଦିଏ, ସେମାନଙ୍କୁ କେମିତି ଲାଗିବ ?

ବିଜେପି ନେତାମାନେ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ବିରୋଧୀ କୁକର୍ମକୁ ଦୟାକରି ବନ୍ଦ କରନ୍ତୁ । ଓଡ଼ିଶାର ମହିଳାମାନଙ୍କୁ ଏମିତି ଲାଞ୍ଛିତ କରିବା ଏବଂ କୁତ୍ସା ରଟନା କରୁଥିବା ଓଡ଼ିଶା ବିଜେପି ଏବଂ ଏହାର ନେତାମାନଙ୍କୁ ଓଡ଼ିଶାବାସୀ କେବେ ବି କ୍ଷମା ଦେବେ ନାହିଁ ବୋଲି ସେ କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

TAGGED:

Dipali Das
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.