ETV Bharat / state

ପାକ୍ ମନ୍ତ୍ରୀଙ୍କ ଅଶାଳୀନ ମନ୍ତବ୍ୟକୁ ବିରୋଧ, ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

author img

By

Published : Dec 18, 2022, 7:34 AM IST

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପାକ୍ ମନ୍ତ୍ରୀଙ୍କ ବିବାଦୀୟ ବୟାନକୁ ବିରୋଧ । ପ୍ରଧାନମନ୍ତ୍ରୀଙ୍କୁ ଅପମାନ ବିରୋଧରେ ବିଜେପି ଯୁବମୋର୍ଚ୍ଚା ବିକ୍ଷୋଭ ପ୍ରଦର୍ଶନ । ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ଏକ ରାଲି ବାହାରି ରାମ ମନ୍ଦିର ଛକରେ ବିଲ୍ୱାଲ ଭୁଟ୍ଟୋଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି ଯୁବମୋର୍ଚ୍ଚା କର୍ମକର୍ତ୍ତା । ଅଧିକ ପଢ଼ନ୍ତୁ

ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପାକ୍ ମନ୍ତ୍ରୀଙ୍କ ବିବାଦୀୟ ବୟାନ ପରେ ଭାରତରେ ଝଡ଼ ସୃଷ୍ଟି ହୋଇଛି । ଏହାକୁ ବିରୋଧ କରି ବିଜେପି ପକ୍ଷରୁ ଶନିବାର ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମସ୍ତ ରାଜ୍ୟର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭୁବନେଶ୍ବରରେ ମଧ୍ୟ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି ।

ସୂଚନା ଅନୁସାରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବ୍ୟକ୍ତିଗତ ଭାବେ ସମାଲୋଚନା କରିଥିଲେ । ତାଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିଲେ । ସେ କହିଥିଲେ, ''ଅଲକାଏଦା ମୁଖ୍ୟ ଓସାମା ବିନ୍ ଲାଡେନ ଏବେ ମୃତ । ହେଲେ ଗୁଜୁରାଟର କଂସେଇ ଏବେ ବି ଜୀବିତ (butcher of Gujarat lives) ଏବଂ ସେ ଏବେ ଭାରତର ପ୍ରଧାନମନ୍ତ୍ରୀ ।'' ବିଲାୱଲ ଭୁଟ୍ଟୋଙ୍କ ଏଭଳି ବୟାନ ପରେ ବିବାଦ ସୃଷ୍ଟି ହୋଇଛି ।

ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ଏଭଳି ଆପତ୍ତିଜନକ ବୟାନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନ ବିରୋଧରେ ବିଜେପି ଯୁବମୋର୍ଚ୍ଚା ବିକ୍ଷୋଭ ପ୍ରଦର୍ଶନ କରିଛି । ଭୁବନେଶ୍ୱର ରାମ ମନ୍ଦିର ଛକରେ ରାଜ୍ୟ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପ୍ରତିବାଦ କରାଯାଇଛି । ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ଏକ ରାଲି ବାହାରି ରାମ ମନ୍ଦିର ଛକରେ ବିଲ୍ୱାଲ ଭୁଟ୍ଟୋଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି ଯୁବମୋର୍ଚ୍ଚା କର୍ମକର୍ତ୍ତା ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.