ETV Bharat / state

ଗାଡକଣ ଡମ୍ପିଙ୍ଗ ୟାର୍ଡ ଯାଇ ସ୍ଥିତି ଦେଖିଲେ ବିଜେପି ସଭାପତି ମନମୋହନ ସାମଲ - ଡମ୍ପିଙ୍ଗ ୟାର୍ଡରେ ବିଜେପିର ଧାରଣ

ମନମୋହନ କହିଛନ୍ତି ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଯୋଜନାରେ କୋଟି କୋଟି ଟଙ୍କା ଦେଉଛନ୍ତି । କିନ୍ତୁ ଓଡ଼ିଶାରେ ତାହାର କୌଣସି ସୁଫଳ ମିଳୁନାହିଁ । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଭୁବନେଶ୍ବରେ ଅଳିଆ ପାହାଡ ଛିଡା କରାଇଛନ୍ତି । ନବୀନ ଶାସନ ଓ ଅଳିଆ ଗନ୍ଧରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ସାରା ସହର ଗନ୍ଧମୟ । ହଜାର ହଜାର ଲୋକ ଡେଙ୍ଗୁରେ ମୃତ୍ୟୁବରଣ କରିଛନ୍ତି । ଅଧିକ ପଢନ୍ତୁ

ଗାଡକଣ ଡମ୍ପିଙ୍ଗ ୟାର୍ଡ ଯାଇ ସ୍ଥିତି ଦେଖିଲେ ବିଜେପି ସଭାପତି ମନମୋହନ ସାମଲ

author img

By ETV Bharat Odisha Team

Published : Dec 1, 2023, 9:53 PM IST

ଗାଡକଣ ଡମ୍ପିଙ୍ଗ ୟାର୍ଡ ଯାଇ ସ୍ଥିତି ଦେଖିଲେ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଜୀବନ ଦେବାର ଅଧିକାର ନାହିଁ କିନ୍ତୁ ଜୀବନ ନେବାର ଅଧିକାର କେଉଁଠୁ ଆସିଲା? ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ରାଜ୍ୟ ସରକାର। ଦେଶର ଛୋଟିଆ ସହରମାନଙ୍କରେ ସୁବ୍ୟବସ୍ଥିତ ଭାବେ “ବର୍ଜ୍ୟ ବସ୍ତୁ ପରିଚାଳନା” କରାଯାଇ ସହରକୁ ସଫା ସୁତୁରା ପରିବେଶ ପ୍ରଦାନ କରାଯାଉଛି। ସ୍ମାର୍ଟ ସିଟିର ଆଖ୍ୟା ପାଇଥିବା ରାଜଧାନୀ ଭୁବନେଶ୍ବରର ମଧ୍ୟବର୍ତୀ ଅଞ୍ଚଳରେ ଅଳିଆ ଗଦାର ପାହାଡ ସୃଷ୍ଟି କରାଯାଇ ପରିବେଶକୁ ଦୁଷିତ ଓ ଗନ୍ଧମୟ କରାଯାଉଛି। ନିଆଁରେ ଗଛ ପୋଡି ହେବାର ଜାଣିଥିଲି, କିନ୍ତୁ ଦୂଷିତ ଅଳିଆ ଓ ପରିବେଶ କାରଣରୁ ଗଛ ପୋଡି ହେବା ପ୍ରଥମ ଥର ପାଇଁ ଦେଖିବାକୁ ମିଳିଲା। ‘ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭୀଚାରର ପାହାଡ’ ରାଜ୍ୟର ସୁଶାସନ ବ୍ୟବସ୍ଥା ପାଇଁ ବିପଦ ସୃଷ୍ଟି କରିଛି। ଆଗାମୀ ୭୨ ଘଣ୍ଟା ଭିତରେ ପ୍ରଶାସନ ତଥା ରାଜ୍ୟ ସରକାର କୌଣସି ଠୋସ ପଦକ୍ଷେପ ଗ୍ରହଣ ନକଲେ ଆନ୍ଦୋଳନ ଆହୁରି ତୀବ୍ର ହେବ । ଆଜି ଭୁବନେଶ୍ବର ସୈନିକ ସ୍କୁଲ ସ୍ଥିତ ଡମ୍ପିଙ୍ଗ ୟାର୍ଡ ଯାଇ ସ୍ଥିତି ଦେଖିବା ପରେ ଏଭଳି ଗର୍ଜିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଅଧିକ ପଢନ୍ତୁ- ଦୁର୍ନୀତିର ପେଣ୍ଠସ୍ଥଳ ପାଲଟିଛି BMC ଓ CMC: ବିଜେପି

ମନମୋହନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଯୋଜନାରେ କୋଟି କୋଟି ଟଙ୍କା ଦେଉଛନ୍ତି । କିନ୍ତୁ ଓଡ଼ିଶାରେ ତାହାର କୌଣସି ସୁଫଳ ମିଳୁନାହିଁ । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଭୁବନେଶ୍ବରେ ଅଳିଆ ପାହାଡ ଛିଡା କରାଇଛନ୍ତି । ନବୀନ ଶାସନ ଓ ଅଳିଆ ଗନ୍ଧରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ସାରା ସହର ଗନ୍ଧମୟ । ହଜାର ହଜାର ଲୋକ ଡେଙ୍ଗୁରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସରକାରଙ୍କ ଜୀବନ ଦେବାର ଅଧିକାର ନାହିଁ କିନ୍ତୁ ଜୀବନ ନେବାର ଅଧିକାର କେଉଁଠୁ ଆସିଲା ? ରାଜ୍ୟ ସରକାର ସାମାଜିକ ଅପରାଧ କରିଛନ୍ତି ଏବଂ ବିଧିବ୍ୟବସ୍ଥା ଅନୁଯାୟୀ ଦଣ୍ଡିତ ହେବା ଉଚିତ । ରାଜ୍ୟ ସରକାର ତୁରନ୍ତ ଏହି ‘ଗାଡକଣସ୍ଥିତ କୃତ୍ରିମ ଅଳିଆ ପାହାଡ’ ସ୍ଥାୟୀ ସମାଧାନ କରନ୍ତୁ ବୋଲି ଦାବି କରିଛି ବିଜେପି ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ‘ଗାଡକଣସ୍ଥିତ କୃତ୍ରିମ ଅଳିଆ ପାହାଡ’ ପରିଦର୍ଶନ କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ପରେ ଭୁବନେଶ୍ବର ଜିଲ୍ଲା ତରଫରୁ ଜାରି ରହିଥିବା ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ; ସତ୍ୟାଗ୍ରହକୁ ୪ଦିନ ବିତିଲେବି ରାଜ୍ୟ ସରକାର ନିଦାବିଷ୍ଣୁ । ଓଡ଼ିଶାରେ ସରକାର ନାହିଁ । ମୁଖ୍ୟମନ୍ତ୍ରୀ ଦୃଶ୍ୟମାନ ହେଉନାହାନ୍ତି । ଭଗବାନ ଭରସାରେ ଓଡ଼ିଶାରେ ସରକାର ଚାଲିଛି । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଯଦି ଶାସନ ଚଳାଇବାରେ ସକ୍ଷମ ନୁହନ୍ତି, ତାହେଲେ ଗାଦି ଛାଡିଦେବା ଉଚିତ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.