ETV Bharat / state

ଆଜି ଆସିବ ଚୂଡ଼ାନ୍ତ ଭୋଟର ତାଲିକା, CEO ଦେଲେ ସୂଚନା

author img

By ETV Bharat Odisha Team

Published : Jan 5, 2024, 6:47 AM IST

CEO all party meeting: ସରିଲା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସର୍ବଦଳୀୟ ବୈଠକ । ଆଜି ଓଡ଼ିଶାରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା । ମୋଟ ଭୋଟର ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ଅଧିକ ପଢ଼ନ୍ତୁ

ଆଜି ପ୍ରକାଶ ପାଇବ ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସର୍ବଦଳୀୟ ବୈଠକରେ ଆଲୋଚନା କରିଛନ୍ତି। ସମସ୍ତ ଜାତୀୟ ଓ ରାଜ୍ୟସ୍ତରୀୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଶେଷ ହୋଇଛି ସର୍ବଦଳୀୟ ବୈଠକ । ଆଜି (ଶୁକ୍ରବାର) ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ, କେନ୍ଦ୍ର ନିର୍ବାଚନ କମିଶନଙ୍କ ଦ୍ଵାରା ଜାରି କରାଯାଇଥିବା ନିର୍ବାଚନ ସଂପର୍କିତ ଗୁରୁତ୍ଵପୂର୍ଣ୍ଣ ନିର୍ଦ୍ଦେଶାବଳୀ ସଂପର୍କରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଅବଗତ କରାଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ନିର୍ବାଚନ କମିଶନ ସମସ୍ତ ରାଜନୈତିକ ଦଳ ସହ ଆଲୋଚନା ପରେ ନିର୍ବାଚନ ଇସ୍ତାହାର ପାଇଁ ନିୟମ ପ୍ରଣୟନ କରିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ନିର୍ବାଚନ କମିଶନଙ୍କ ଦ୍ଵାରା ପ୍ରଣୟନ କରାଯାଇଥିବା ନିୟମ ଏବଂ ଆଦର୍ଶ ଆଚରଣ ବିଧି ପୁସ୍ତିକାରେ ସ୍ଥାନିତ ହେବ । ଏହା ଫଳରେ ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ମାର୍ଗଦର୍ଶନ ପାଇପାରିବେ । ଏହି ନିର୍ଦ୍ଦେଶାବଳୀ ଅନୁସାରେ ମୁଖ୍ୟ ନିର୍ବାଚନ ଅଧିକାରୀ ରାଜନୈତିକ ଦଳଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ନିର୍ବାଚନ ଇସ୍ତାହାରର ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ତିନି କପି ଆଣିପାରିବେ । ପ୍ରାର୍ଥୀ କିମ୍ବା ରାଜନୈତିକ ଦଳଗୁଡ଼ିକ ଯେତେବେଳେ ନିର୍ବାଚନ ଇସ୍ତାହାର ଘୋଷଣା କରୁଛନ୍ତି, ସେତେବେଳେ ଆଦର୍ଶ ଆଚାରଣ ବିଧି ସଂହିତାର ଅଧନିୟମ ୮(୩)କୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ନିର୍ବାଚନ କମିଶନ ଦର୍ଶାଇଛନ୍ତି ବୋଲି, ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ଏହା ମଧ୍ଯ ପଢ଼ନ୍ତୁ: Odisha Election: 2024ରେ ସର୍ବକାଳୀନ ରେକର୍ଡ କରିବ ବିଜେଡି: ଏୟୁ ସିଂଦେଓ

ଆଜି ଚୂଡା଼ନ୍ତ ଭୋଟର ତାଲିକା:

ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ଓଡ଼ିଶାରେ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ସରିଛି । ଗତବର୍ଷ ଅକ୍ଟୋବର ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିବା ସଂପର୍କରେ ଉପସ୍ଥିତ ରାଜନୈତିକ ଦଳମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି । ଆଜି (ଶୁକ୍ରବାର) ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ।

ଏହା ମଧ୍ଯ ପଢ଼ନ୍ତୁ: 2024 ନିର୍ବାଚନରେ ଓଡ଼ିଶାରେ ଖେଳ କରିବ ବିଜେପି: ମୋହନ ମାଝୀ

ଓଡ଼ିଶାରେ ମୋଟ ଭୋଟର୍ ୩,୩୨,୩୬,୩୬୦:

ପ୍ରକାଶିତ ହେବାକୁ ଥିବା ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ଅନୁସାରେ ରାଜ୍ୟରେ ମୋଟ ଭୋଟରଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ସେଥି ମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଏବଂ ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ । ରାଜ୍ୟରେ ତୃତୀୟ ଲିଙ୍ଗ ଭୋଟର ୩,୩୮୦। ରାଜ୍ୟରେ ଯୁବ ଭୋଟର ଅର୍ଥାତ ୧୮-୧୯ ବର୍ଷ ଭୋଟର ସଂଖ୍ୟା ୭ ଲକ୍ଷ ୫୪ ହଜାର ୯୪୬ ଜଣ । ଯାହାକି ବିଗତ ୫ ବର୍ଷରେ ସର୍ବାଧିକ। ମୋଟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟାା ୪ ଲକ୍ଷ ୫୭ ହଜାର ୮୨୧ । ରାଜ୍ୟରେ ବରିଷ୍ଠ ଭୋଟର ଯାହାଙ୍କ ବୟସ ୮୦ ବର୍ଷରୁ ଅଧିକ, ସେମାନଙ୍କ ସଂଖ୍ୟା ୬ ଲକ୍ଷ ୮୫ ହଜାର ୪୮ । ନୂଆ ଭୋଟର ତାଲିକାରେ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ଯୋଡ଼ି ହୋଇଛନ୍ତି । ସେଥି ମଧ୍ୟରୁ ୧୮-୧୯ ବର୍ଷର ୪ ଲକ୍ଷ ୭୬ ହଜାର ୯୬୯ ଯୁବ ଭୋଟର ନୂଆ ତାଲିକାରେ ଯୋଡ଼ି ହୋଇଛନ୍ତି ।

ବୈଠକରେ ବିଜେପି ରାଜ୍ୟ କାର୍ଯ୍ୟନିର୍ବାହୀ ସଦସ୍ୟ ଅଶୋକ କୁମାର ମିଶ୍ର, ବହୁଜନ ସମାଜ ପାର୍ଟିର ରାଜ୍ୟ ମହାସଚିବ ମଧୁସୂଦନ ଯାଦବ, ଭାରତୀୟ ଜାତୀୟ କଂଗ୍ରେସର ଶିବାନନ୍ଦ ରାୟ, ଆମ ଆଦମୀ ପାର୍ଟିର ସାଧାରଣ ସଂପାଦକ ସୌମ୍ୟରଞ୍ଜନ ସ୍ୱାଇଁ, ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ କୁମାର ନାୟକଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧୁକାରୀ ଏନ. ଥୁରୁମଲା ନାୟକ ଏବଂ ମିହିର ପ୍ରସାଦ ମହାନ୍ତି, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ଓ ସମୀର କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.