ଭୁବନେଶ୍ବର: ଆସନ୍ତା ଜାନୁଆରୀ ମାସ 15 ତାରିଖରେ ଆରମ୍ଭ ହେବ ହକି ବିଶ୍ବକପ 2022 । ଏନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା 22 ତାରିଖ ଅପରାହ୍ନ 5 ଟା ରେ ଲୋକସେବା କନଭେନସନ୍ ହଲରେ ବସିବ ଏହି ବୈଠକ । ବୈଠକରେ ହକି ବିଶ୍ବକପ ଆୟୋଜନ ବାବଦରେ ରାଜନୈତିକ ଦଳମାନଙ୍କୁ ସୂଚନା ଦେବେ ମୁଖ୍ୟମନ୍ତ୍ରୀ ।
ତେବେ ହକି ବିଶ୍ବକପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ହାତକୁ ନେଇଛନ୍ତି । ବିଭିନ୍ନ ପ୍ରସ୍ତୁତିକୁ ନେଇ ରାଜ୍ୟର ବିଭିନ୍ନ ରାଜନୈତିକ ଦଳକୁ ଅବଗତ କରିବେ ସରକାର । ଏନେଇ ସର୍ବଦଳୀୟ ବୈଠକ ଡାକିଛିନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ପକ୍ଷରୁ ରାଜନୈତିକ ଦଳ ମାନଙ୍କୁ ବୈଠକରେ ସାମିଲ ହେବାକୁ ଆମନ୍ତ୍ରଣ କରାଯାଇଛି । ଆସନ୍ତା 22 ତାରିଖରେ ବସିବ ହକି ବିଶ୍ବକପ ନେଇ ସର୍ବଦଳୀୟ ବୈଠକ । ଆସନ୍ତା ଗୁରୁବାର ଅପରାହ୍ନ 5 ଟାରେ ଲୋକସେବା ଭବନ କନଭେନ୍ସନ ହଲରେ ଏହି ବୈଠକ ବସିବ ।
2018 ହକି ବିଶ୍ବକପର ସଫଳତା ପରେ ରାଜ୍ୟ ସରକାର କ୍ରମାଗତ ଦ୍ବିତୀୟଥର ପାଇଁ ଏହି ବିଶ୍ବସ୍ତରୀୟ ଟୁର୍ଣ୍ଣାମେଣ୍ଟ ଆୟୋଜନ କରୁଛନ୍ତି । 2023 ଜାନୁଆରୀ 13ରୁ 29 ଯାଏଁ ବିଶ୍ବକପ ଚାଲିବ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ମ୍ୟାଚ ଖେଳାଯିବ । 2018 ତୁଳନାରେ 2023 ବିଶ୍ବକପକୁ ଅଧିକ ଗ୍ରାଣ୍ଡ କରିବାକୁ ଅଣ୍ଟା ଭିଡିଛି ଓଡିଶା । ପୂର୍ବ ସଂସ୍କରଣ ଅପେକ୍ଷା ଆହୁରି ବଡ ଏବଂ ଉନ୍ନତ ହେବା ନିଶ୍ଚିତ କରିବାକୁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ଏହା ଛାଡ଼ ରାଉରକେଲା, କଟକ ଓ ଭୁବନେଶ୍ବରରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । 3 ସହରରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମଧ୍ୟ ଜାରି ରହିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5ଟି ସଚିବ ଭି.କେ ପାଣ୍ଡିଆନ ରାଉରକେଲା ଯାଇ ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ବିଶ୍ବକପର 20ଟି ମ୍ୟାଚ ରାଉଲକେଲାରେ ଖେଳାଯିବ । ପ୍ରଥମ ମ୍ୟାଚ ଆସନ୍ତା ଜାନୁୟାରୀ 13 ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ । ଏହାପୂର୍ବରୁ ଆସନ୍ତା 24 ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ । ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟିଥିବା ନେଇ ଜଣାପଡେ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ । ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟ ଶେଷ ହୋଇଛି । ଖୁବଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବା ବୋଲି ସୂଚନା ମିଳିଛି ।
ଉଡାଣ ଯୋଜନାରେ ଖେଳାଳି ମାନଙ୍କ ପାଇଁ ୪ଟି ବିମାନ ଉଡାଣ ସୁବିଧା ମିଳିବ । ଗୋଟିଏ ବର୍ଷ ମଧ୍ୟରେ ଏଭଳି ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି । ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ବକପ ହେବାକୁ ଯାଉଛି । ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ । ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି । ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି । ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି ।
ବିଶ୍ବକପକୁ ଏକ ଉଲ୍ଲେଖନୀୟ ହୋଷ୍ଟ ଭାବରେ ନୁହେଁ ବରଂ ରାଜ୍ୟର କଳା, ସଂସ୍କୃତି ଏବଂ ଐତିହ୍ୟକୁ ପ୍ରଦର୍ଶନ କରିବାର ସୁଯୋଗ ଭାବରେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ଭୁବନେଶ୍ବର ଏବଂ ରାଉରକେଲାରେ ବିଶ୍ବକପର ସଫଳ ଆୟୋଜନ ପାଇଁ ସୁରକ୍ଷା, ଅଗ୍ନି ନିରାପତ୍ତା, ପରିବହନ, ସଂଯୋଗ, ଆବାସ, ପର୍ଯ୍ୟଟନ, ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ବିନିଯୋଗ ହେଉଛି ।
ଇଟିଭି ଭାରତ, ଭୁବନେଶ୍ବର