ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ - ୫ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏହି ପରିମାଣର ଚେକ୍ ପ୍ରଦାନ କରାଯାଇଛି । ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚପ୍ରଶଂସା କରିଛନ୍ତି । ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ OCPL ୬୨୬ କୋଟି ଟଙ୍କା ଲାଭ କରିଛି । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ

author img

By

Published : Jan 16, 2023, 10:48 PM IST

ଭୁବନଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବଷ୍ଟେସନ ଉଦଘାଟନ କରିଛନ୍ତି । ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମରେ ରହିଛି ଏହି ସବଷ୍ଟେସନ । ଏଥିପାଇଁ 254 କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଦ୍ବାରା ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ

ଭିଡିଓ କନଫରେନସିଂ ଜରିଆରେ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତ ଶକ୍ତିର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି । କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନିରବଚ୍ଛିନ୍ନ ବିଦ୍ୟୁତର ଆବଶ୍ୟକତା ରହିଛି । ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ତେଣୁ ଏହାକୁ ଅଯଥାରେ ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ କ୍ଷେତ୍ରରେ ଏକ ଦୃଢ ଭିତ୍ତିଭୂମିର ବିକାଶ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ୧୮୫ଟି Extra High Voltage Grid Sub-Station ଥିବାବେଳେ ୧୬,୦୦୦ ସର୍କିଟ କିଲୋମିଟର ନେଟୱାର୍କ ରହିଛି । ଓଡିଶା କୋଲ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏହି ପରିମାଣର ଚେକ୍ ପ୍ରଦାନ କରାଯାଇଛି । ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚପ୍ରଶଂସା କରିଛନ୍ତି । ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ OCPL ୬୨୬ କୋଟି ଟଙ୍କା ଲାଭ କରିଛି । ଏବଂ କୋଇଲା ଉତ୍ପାଦନରେ ୬୦ ପ୍ରତିଶତ ବୃଦ୍ଧି ହାସଲ କରିଛି । ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଓଡିଶା ବିଦ୍ୟୁତ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି । ଓଡିଶାର ଶକ୍ତି ବିତରଣ ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଫଳ ହେଉଛି ।

କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇଛନ୍ତି । ରାଜ୍ୟରେ ବିଦ୍ୟୁତ ଶକ୍ତିର ବିକାଶ ଓ ଶିଳ୍ପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ପାଇଁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଛନ୍ତି । ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସକ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଦେଇଥିବାବେଳେ OPTCLର ଅଧ୍ୟକ୍ଷ ଧନ୍ୟବାଦ ଅର୍ପଣ କରିଛନ୍ତି । ଶକ୍ତି ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.