ETV Bharat / state

RathYatra Coordination Meeting: ଗ୍ରୀଷ୍ମ ପ୍ରବାହ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କର: ମୁଖ୍ୟମନ୍ତ୍ରୀ

author img

By

Published : Jun 13, 2023, 4:28 PM IST

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ବ ଚାହିଁ ରହିଥାଏ । ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ବ । ଠିକ ସମୟରେ ମହାପ୍ରଭୂଙ୍କ ସମସ୍ତ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର । ଅଧିକ ପଢନ୍ତୁ

ଗ୍ରୀଷ୍ମ ପ୍ରବାହ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକର ଅଧ୍ୟକ୍ଷତା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଠିକ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରିବା ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ବ ଚାହିଁ ରହିଥାଏ । ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ବ । ଠିକ ସମୟରେ ମହାପ୍ରଭୂଙ୍କ ସମସ୍ତ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର । ଦେଶ, ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ବିଶେଷ ଧ୍ୟାନ ଦେବା ଦରକାର । ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ । ବଡଦାଣ୍ଡକୁ ଆସି କୋଟି କୋଟି ଜନତାଙ୍କୁ ଦର୍ଶନ ଦେବେ ମହାବାହୁ । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି । ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ରଥଯାତ୍ରା ଦିନ ସକାଳ ୯ ଟା ୩୦ରେ ମହାପ୍ରଭୁଙ୍କ ପହଣ୍ଡି ସମୟ ସ୍ଥିର ହୋଇଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ରଥଯାତ୍ରା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସମନ୍ବୟ ବୈଠକ । ଦାଇତ୍ବରେ ଥିବା ମନ୍ତ୍ରୀ ଓ ଅଧିକାରୀ ରଥଯାତ୍ରା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଛନ୍ତି ।

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ । ରଥଯାତ୍ରା ସମୟରେ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ । ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ଡିଜି ସୁନୀଲ ବଂଶଲ, ଉନ୍ନୟନ କମିଶନର ଅନୁ ଗର୍ଗ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ, ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି ମାଥି ଭାତାନନ, ଶ୍ରୀମନ୍ଦିର ପ୍ରଶାସକ ରଞ୍ଜନ ଦାସ, ପୁରୀ ଜିଲ୍ଲାପାଳ, ଏସପି ଅନ୍ୟ ବିଭାଗର ପଦସ୍ଥ ଅଧିକାରୀ ଯୋଗ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର/ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.