ETV Bharat / state

ପୂରଣ ହେବ ରାଜ୍ୟବାସୀଙ୍କ ସ୍ୱପ୍ନ ! ଟ୍ୱିନ୍ ସିଟିରେ ପ୍ରସ୍ତାବିତ ମେଟ୍ରୋ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ

author img

By

Published : Apr 1, 2023, 9:48 AM IST

ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ପୁରା ହେବ କି ରାଜ୍ୟବାସୀଙ୍କ ସ୍ୱପ୍ନ ? ଆରମ୍ଭ ହୋଇଛି ରାଜ୍ୟବାସୀଙ୍କ ଆଉ ଏକ ସ୍ୱପ୍ନ ପୂରଣ କରିବା ପ୍ରକ୍ରିୟା । ରାଜ୍ୟରେ ମେଟ୍ରୋ ଚଳାଚଳ ସ୍ବପ୍ନକୁ ସତ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର । ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ବିଜୁ ପଟ୍ଟନାୟକ ବିମାନ ବନ୍ଦର ଛକରୁ ଆଜି ଭୋରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲ୍ଡ ଭିଜିଟ । ଭୋର 4ଟା 30ମିନିଟ ସମୟରେ ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର, କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ ।

Metro project process starts in Twin Cities

ରାସ୍ତାରେ ବିଭିନ୍ନ ସ୍ଥାନରେ ସରଜମିନ ସ୍ଥିତି ଅନୁଧ୍ୟାନ କରିଛନ୍ତି ଟିମ ସଦସ୍ୟ । ଦୈତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ଭିର୍ତ୍ତିଭୂମି ରହିଛି ନା ନାହିଁ ତାର ଟିମ ଅନୁଧ୍ୟାନ କରିଛି । ମେଟ୍ରୋ ଟ୍ରେନ ଚଳାଚଳ କଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ ତାହାର ସମୀକ୍ଷା କରାଯାଇଛି । ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ ।

ସେହିପରି ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ୍ ସହ ଆଲୋଚନା କରାଯାଇଛି । ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ଟିମ ସହିତ ସାମିଲ ହୋଇଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ବା 5T ସଚିବ ଭିକେ ପାଣ୍ଡିଆନଙ୍କ ସମେତ ଉନ୍ନୟନ କମିଶନର ଅନୁ ଗର୍ଗ, ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ବା ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି 5ଟି ସଚିବ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଛନ୍ତି । ମଧୁସୂଦନ ଦାସଙ୍କ ଜନ୍ମପୀଠରେ ମାଲ୍ୟାର୍ପଣ କରିବା ସହ ପୀଠ ସମ୍ପର୍କରେ ବୁଝିଛନ୍ତି । ସ୍ଥାନୀୟ ଅଧିକାରୀମାନେ ପୀଠର ନକ୍ସା ଦେଖାଇବା ସହ 5ଟି ସଚିବଙ୍କ ସହ ଆଲୋଚନା କରିଛନ୍ତି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ପୈତୃକ ଗାଁ ସୁଆଣ୍ଡୋରେ ଯେପରି ବିକାଶ କାର୍ଯ୍ୟ ହୋଇଛି ସେହିପରି ମଧୁସୂଦନ ଦାସଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟ ହେବ । ପିତୃପୁରୁଷଙ୍କ ସମ୍ମାନ ଲାଗି ଏହାର ବିକାଶ କାର୍ଯ୍ୟ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଇଟିଭି ଭାରତ,ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.