ETV Bharat / state

ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ - ନିରଞ୍ଜନ ସେଠିଙ୍କୁ ମାଡ଼ ମାରିବା ଘଟଣା

ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ମାଡ଼ ମାରିବା ଘଟଣା । ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ । ଅଧିକ ପଢନ୍ତୁ...

ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ

author img

By

Published : Oct 8, 2021, 1:41 PM IST

Updated : Oct 8, 2021, 2:49 PM IST

ଖୋର୍ଦ୍ଧା: ବାଲୁଗାଁ ଏନଏସିରେ ଆବାସ ଯୋଜନା ବାଣ୍ଟିବା ବେଳେ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ମାଡ଼ ମାରିବା ଘଟଣା । ଆଜି(ଶୁକ୍ରବାର) ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ କରିଛନ୍ତି ଆତ୍ମସମର୍ପଣ ।

ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ

ସୂଚନା ଅନୁଯାୟୀ ଗତ ସେପ୍ଟେମ୍ବର 8ତାରିଖରେ ବାଲୁଗାଁ ଏନଏସିରେ ଆବାସ ଯୋଜନା ବାଣ୍ଟିବା ବେଳେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ ବାଲୁଗାଁ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ମାଡ଼ ମାରିଥିବା ବାଲୁଗାଁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ବିଧାୟକ ଫେରାର ରହି ଉଚ୍ଚ ନ୍ୟାୟାଳୟରେ ଜାମିନ ଆବେଦନ କରିଥିଲେ ।

କିନ୍ତୁ ନ୍ୟାୟାଳୟ ତାଙ୍କୁ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ପ୍ରଶାନ୍ତ । ସେପଟେ ତାଙ୍କ ଓକିଲ ଜାମିନ ପାଇଁ ଆବେଦନ କରିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Last Updated : Oct 8, 2021, 2:49 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.