ETV Bharat / state

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ ଶିକ୍ଷାସୌଧ ଓ ୨୮ ଛାତ୍ରାବାସ ଉଦଘାଟିତ

author img

By

Published : Jun 25, 2023, 7:41 AM IST

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Odisha Adarsha Vidyalaya Sangathan
Odisha Adarsha Vidyalaya Sangathan
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ ଶିକ୍ଷାସୌଧ ଓ ୨୮ ଛାତ୍ରାବାସ ଉଦଘାଟିତ

ଭୁବନେଶ୍ବର: ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ସାରା ଦେଶରେ ରୋଲ ମଡେଲ ସାଜିବ ଆଦର୍ଶ ବିଦ୍ୟାଳୟ । ଗଢା ହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଏହି ପରିପ୍ରେକ୍ଷୀରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ଦୃଢ଼ କରୁଛି ଓଏଭି । ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଏଭି ସ୍ଥାପନ କରାଯାଇଥିଲା । ଯାହାକି ଆଜି ସାକାର ହୋଇଛି । ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଭୁବନେଶ୍ୱର ଆଇକନିକ ଓଏଭି ଛଡା ରାଜ୍ୟରେ ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି । ଏଥିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଉତ୍ତମ ଶିକ୍ଷା ବ୍ୟବସ୍ଥା ଉପରେ ସରକାର ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ୫ଟି ରୂପାନ୍ତରଣ ଜରିଆରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରୂପାନ୍ତରିତ ହୋଇଥିବା ସେ କହିଛନ୍ତି ।

ସେହିପରି ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଛନ୍ତି । ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀର ମେଧାବୀ ଛାତ୍ରଛାତ୍ରୀ ଯେଉଁମାନେ ନିଟ୍, ଜେଇ ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ଆସନ୍ତା ଦିନରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଆଗକୁ ନେବାକୁ ସେ ଶିକ୍ଷକ, ଅଭିଭାବକ, ସ୍କୁଲ ପରିଚାଳକ, ସ୍ଥାନୀୟ ପ୍ରତିନିଧିଙ୍କୁ ଆହ୍ୱାନ ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ- ଆସନ୍ତା ୫ମାସ ଗୁରୁତ୍ବପୂର୍ଣ୍ଣ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ରୁହ: ମୁଖ୍ୟମନ୍ତ୍ରୀ

ଅନ୍ୟପଟେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି ଯେ, ବଡ଼ ହେବା ପାଇଁ ଦୃଢ଼ ଇଚ୍ଛାଶକ୍ତି ଆବଶ୍ୟକ । ସମୟକୁ ବିନିଯୋଗ କରି କଠୋର ପରିଶ୍ରମ କରିବାକୁ ମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.