ETV Bharat / state

ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ଶୋକ

author img

By ETV Bharat Odisha Team

Published : Nov 7, 2023, 9:40 AM IST

Updated : Nov 7, 2023, 11:49 AM IST

ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଶୋକ । ଅଧିକ ପଢନ୍ତୁ

Etv Bharat
Etv Bharat
ମହେଶ୍ବର ମହାନ୍ତିଙ୍କ ବିୟୋଗ

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ଶୋକବାର୍ତ୍ତାରେ କହିଛନ୍ତି, ''ମହେଶ୍ବର ମହାନ୍ତି ଜଣେ ଲୋକପ୍ରିୟ ଜନନେତା ଭାବରେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର ସୁନାମ ଥିଲା । ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି ।'' ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

ବିୟୋଗ ଖବର ଜଣାପଡ଼ିବା ପରେ ମହେଶ୍ବରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ହସ୍ପିଟାଲ୍‌ରେ ବହୁ ନେତା ପହଞ୍ଚିଥିଲେ । ତାଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ବିଧାନସଭା ଓ ଶଙ୍ଖ ଭବନ ନିଆଯିବ । ପୂର୍ବତନ ବାଚସ୍ପତିଙ୍କ ବିୟୋଗରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ମହେଶ୍ବର ମହାନ୍ତିଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ବେଶ ଘଟଣାବହୁଳ ଓ ଅବିସ୍ମରଣୀୟ । ୫ ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଜନପ୍ରିୟତାର ପ୍ରମାଣ ଥିଲା । ବହୁ ବିଭାଗର ମନ୍ତ୍ରୀ ଭାବେ ଓ ବିଧାନସଭାର ବାଚସ୍ପତି ରୂପେ ସେ ଦକ୍ଷତାର ପରିଚୟ ଦେଇଥିଲେ । ସେ ଥିଲେ ମୋର ଅଗ୍ରଜ ପ୍ରତିମ । ତାଙ୍କ ବିୟୋଗରେ ଓଡ଼ିଶାର ରାଜନୀତି କ୍ଷେତ୍ରରେ ଏକ ଦାରୁଣ ଓ ଅପୂରଣୀୟ କ୍ଷତି ହୋଇଛି ।

ଏହାମଧ୍ୟ ପଢନ୍ତୁ: Maheswar Mohanty Passes Away: ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ମଧ୍ୟ ଗଭୀର ଶୋକ ପ୍ରକାଶ । ଜଣେ ସ୍ପଷ୍ଟବାଦୀ, ବରିଷ୍ଠ ରାଜନେତା, ପ୍ରଭାବଶାଳୀ ନେତା ଭାବେ ମହେଶ୍ବର ମହାନ୍ତିଙ୍କ ସୁନାମ ରହିଛି । ଦକ୍ଷ ସଂଗଠକ ଭାବେ ତାଙ୍କର ଭୂମିକା ସର୍ବଦା ଜନସାଧାରଣରେ ଜୀବନ୍ତ ରହିବ । ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଜଗନ୍ନାଥ ସାରକା କହିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଓ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ଅକାଳ ବିୟୋଗରେ ଗଭୀର ମର୍ମାହତ ବୋଲି ସମବାୟ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି । ପୁରୀ ଜିଲ୍ଲା ତଥା ସମଗ୍ର ଓଡ଼ିଶାର ଉନ୍ନତି ପାଇଁ ତାଙ୍କର ଉଦ୍ୟମ ଏବଂ ଅବଦାନ ଚିରସ୍ମରଣୀୟ ହୋଇ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ମହିଳା ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ସମେତ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମହେଶ୍ବରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗ କେବଳ ପୁରୀ ନୁହଁ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ପ୍ରଦୀପ କହିଛନ୍ତି । ଉଭୟ ତାଙ୍କର ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 7, 2023, 11:49 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.