ETV Bharat / state

ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦୦୧ କୋଟି ଋଣ, ଉପକୃତ ହେବେ ୨.୬୮ ଲକ୍ଷ - ଓଡିଶା ଗ୍ରାମ୍ୟ ବ୍ୟାଙ୍କ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ ହୋଇଛି ମିଶନ ଶକ୍ତି (Mission Shakti )ର ମହିଳାମାନଙ୍କ ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ (Mega loan programme of OGB) । ଏଥିରୁ ଉପକୃତ ହେବେ ପ୍ରାୟ ୨.୬୮ ଲକ୍ଷ ମହିଳା । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jan 6, 2023, 9:30 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ ହୋଇଛି ମିଶନ ଶକ୍ତି (Mission Shakti )ର ମହିଳାମାନଙ୍କ ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ (Mega loan programme of OGB) । ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମହିଳା ଉପକୃତ ହେବେ । ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏଁ ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଛି ।

ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ । ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ । ଏକଦିନେ କେବଳ ମାଆମାନଙ୍କ ପାଇଁ ଏତେ ବଡ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ । ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏଁ ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, "ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା । ଓଡିଶାର ରୂପାନ୍ତରରେ ଭାଗୀଦାର ହେବା ପାଇଁ ବ୍ୟାଙ୍କର୍ସମାନଙ୍କୁ ଆହ୍ବାନ ଜଣାଇଛନ୍ତି । ମାଆମାନଙ୍କୁ ସଶକ୍ତ କରିବାରେ ଓଡିଶା ଏକ ଆଗୁଆ ରାଜ୍ୟ । ଓଡିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ତାର ଜୟଯାତ୍ରା ଜାରି ରଖିଛି । ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ । ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କ ପାଇଁ ୧କୋଟି ଏବଂ ବ୍ଲକସ୍ତରୀୟ ଫେଡେରେସନ ପାଇଁ ୫୦ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ କରିବା ପାଇଁ ନିଷ୍ପତ୍ତି କରାଯାଇଛି । ଏହାସହିତ ମାଆମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି ।"

ଏହା ବି ପଢନ୍ତୁ-ଓଡ଼ିଶା ପାଇଁ କୋଭିଡ ବିପଦ ନାହିଁ କହିଲେ ସ୍ଵାସ୍ଥ୍ୟ ବିଶେଷଜ୍ଞ

ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ମେକ୍‌-ଇନ୍‌-ଓଡିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି । ମାଆମାନଙ୍କୁ ୧୦୦୧କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ୫ଟି Multi Purpose Mobile Van-cum-ATMକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଗ୍ରାମାଞ୍ଚଳରେ ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କଠାରୁ Excellence Award ମଧ୍ୟ ପାଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି, "ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି । ଏଥିପାଇଁ ବ୍ୟାଙ୍କଗୁଡ଼ିକ ସହଯୋଗ କରିବା ଆବଶ୍ୟକ । ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗତ କିଛି ବର୍ଷ ଧରି ଲକ୍ଷ୍ୟଠାରୁ ଅଧିକ ଋଣ ଉପଲବ୍ଧ ହୋଇପାରୁଛି । ଏଥିରେ ଗ୍ରାମ୍ୟ ବ୍ୟାଙ୍କର ଭୂମିକା ବେଶ ପ୍ରଶଂସିତ।"

ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି ଯେ, ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମାଆମାନେ ନିଜର ଉପସ୍ଥିତି ଓ ମର୍ଯ୍ୟାଦା ଜାହିର କରିବା ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ । ଆଜି ବ୍ୟାଙ୍କଗୁଡିକ ଗାଁ ଗାଁ, ଘର ଘର ବୁଲି ମାଆମାନଙ୍କୁ ଋଣ ଦେଉଛନ୍ତି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସ୍ବୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି । ସେହିପରି ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡିଶା ପ୍ରଥମ ରାଜ୍ୟ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମାଆମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.