ETV Bharat / state

ବଢ଼ିଲା କଳାକାରଙ୍କ ପାରିଶ୍ରମିକ, ଫୋକସରେ ଲୋକକଳାର ପ୍ରସାର - କଳାକାରଙ୍କ ପାରିଶ୍ରମିକରେ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ବଢ଼ିଲା ଲୋକକଲା କଳାକାରଙ୍କ ପାରିଶ୍ରମିକ । ଲୋକ କଳାକାରଙ୍କ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

cm naveen patnaik
cm naveen patnaik
author img

By

Published : Jul 8, 2023, 10:50 PM IST

ଭୁବନେଶ୍ବର: ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ । ବୃଦ୍ଧି ହେଲା ଲୋକକଳା କଳାକାରଙ୍କ ପାରିଶ୍ରମିକ । ପାରିଶ୍ରମିକରେ ବୃଦ୍ଧି ବିଷୟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାକାରଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଅର୍ଥରାଶି ଘୋଷଣା ହୋଇଛି । ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । 2009 ମସିହାରୁ ବ୍ଲକରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାରଙ୍କ ସଂଘ ଗଠନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଅନ୍ୟାନ୍ୟ ବିଭାଗ ଦ୍ବାରା ଲୋକକଳା କାର୍ଯ୍ୟକ୍ରମର ଆୟୋଜନ କରାଯାଇ ପ୍ରୋତ୍ସାହନ ଦିଆଯାଉଛି । କଳାକାରଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ କଳାକାର ମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଲୋକକଳା ଜରିଆରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ତଥା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ପ୍ରଚାର ପ୍ରସାର କରାଯାଇଥାଏ । ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟ ମାନଙ୍କୁ ୮୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ । ଏହା ସହିତ କଳାକାର ମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଁଏ ଦିଆଯିବ ।

ଏହା ମଧ୍ୟ ପଢନ୍ତୁ- ସାମ୍ବାଦିକ କଲ୍ୟାଣ ଯୋଜନା ୱେବପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସେହିପରି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୨୦୦ ଟଙ୍କା ଦିଆଯାଉଥିଲା । କିନ୍ତୁ ବର୍ତ୍ତମାନ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ । ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୩୫୦ ଟଙ୍କା ଦିଆଯାଉଥିଲା । ଏବେ ଏକ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ । ଘୋଡାନାଚ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୩୫୦ ଟଙ୍କା ଦିଆଯାଉଥିଲା । ବର୍ତ୍ତମାନ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ । ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୪୦୦ ଟଙ୍କା ଦିଆଯାଉଥିବା ବେଳେ ଏବେ ଏକ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ । ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.