ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା କେନ୍ଦୁପତ୍ର ତୋଳାଳୀ (Kendu Leaf Pluckers ) ଓ କର୍ମଚାରୀଙ୍କ ବିକାଶ ଲାଗି ସ୍ୱତନ୍ତ୍ର ସୁବିଧା ଘୋଷଣା କରିଛନ୍ତି (CM Naveen Patnaik Announcement Special Package) । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ସହ ଗ୍ରାଚୁଇଟି ଦେୟ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ ପୁନର୍ବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ
author img

By

Published : Nov 23, 2022, 4:48 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା କେନ୍ଦୁପତ୍ର ତୋଳାଳୀ (Kendu Leaf Pluckers ) ଓ କର୍ମଚାରୀଙ୍କ ବିକାଶ ଲାଗି ସ୍ୱତନ୍ତ୍ର ସୁବିଧା ଘୋଷଣା କରିଛନ୍ତି (CM Naveen Patnaik Announcement Special Package) । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ସହ ଗ୍ରାଚୁଇଟି ଦେୟ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ ପୁନର୍ବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ । ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ । ସର୍କଲ ଚେକରସ ଓ ବାଇଣ୍ଡିଂ ଚେକରସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନରୁ ବୃଦ୍ଧି କରି ୧୫ ଦିନ କରାଯିବ । ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ । ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ ।

ଏହାବି ପଢନ୍ତୁ- ହକି ବିଶ୍ୱକପ: ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ, ଦେଲେ 500 ଟଙ୍କା

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘‘ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଅଛନ୍ତି । ବହୁ ଜନଜାତି ମା'ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ କାମ କରି ଆସୁଛି । ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି । ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି । ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି । ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଁ ଏହି ପ୍ୟାକେଜ ଘୋଷଣା କରୁଛି । ’’

ଏହାବି ପଢନ୍ତୁ- ମାଆ ସାଜିଲେ ଦ୍ରୋଣାଚାର୍ଯ୍ୟ, ପିଲାଙ୍କୁ ଶିଖାଉଛନ୍ତି ତୀରନ୍ଦାଜି

କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି । ଏହା ବହୁତ ଅଧିକ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ସମସ୍ତେ ଗରିବ ଲୋକ । ତେଣୁ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ମୁଁ ବାରମ୍ଵାର ଅନୁରୋଧ କରିଆସୁଛି । ଗରିବ ଲୋକଙ୍କ ହିତ ଦୃଷ୍ଟିରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛି ।

ଗତକାଲି କେନ୍ଦୁପତ୍ର କର୍ମଚାରୀ ସଂଘ ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ୧୨ ଦଫା ଦାବିପତ୍ର ଦିଆଯାଇଥିଲା । ମୁଖ୍ୟତଃ ଜିଏସଟି ପ୍ରତ୍ୟାହାର ପାଇଁ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । କାରଣ GST ଲାଗୁ ଦ୍ୱାରା ବିକ୍ରି ମୂଲ୍ୟ କମିଯାଉଛି ବୋଲି ଅଭିଯୋଗ ହେଉଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.