ETV Bharat / state

ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ବୋନସ ଓ ପ୍ରୋତ୍ସାହନ ପାଇବେ କେନ୍ଦୁପତ୍ର ହିତାଧିକାରୀ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କୁ ସହାୟତା ମିଳିବ । ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ ମିଳିବ । ସେହିପରି ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଅଧିକ ପଢନ୍ତୁ

କେନ୍ଦୁପତ୍ର ହିତାଧିକାରୀ ତୃତୀୟ ପର୍ଯ୍ୟାୟରେ ପାଇବେ ୫୬ କୋଟି ଟଙ୍କାର ବୋନସ ଓ ପ୍ରୋତ୍ସାହନ

author img

By

Published : Jul 19, 2023, 6:35 PM IST

ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟରେ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ୨୦୨୨ ଶସ୍ୟବର୍ଷ ପାଇଁ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା ହୋଇଛି । ଫଳରେ ୮ ଲକ୍ଷରୁ ଊର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଘୋଷିତ ବୋନସ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ ।

୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କୁ ସହାୟତା ମିଳିବ । ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ ମିଳିବ । ସେହିପରି ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ । ୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ ମିଳିଛି । ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

୨୦୨୨ ଶସ୍ୟବର୍ଷର ଦ୍ବିତୀୟ ପର୍ଯ୍ୟାୟରେ ମଧ୍ୟ ସହାୟତା ପ୍ରଦାନ କରାଯାଇଥିଲା । ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା ଦିଆଯାଇଥିଲା । ଏହା ବାଦ ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା ଦିଆଯାଇଛି । ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ପର୍ଯ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା ।

ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ । ୨୦୨୧ ମସିହା ପାଇଁ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା । ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକ କେନ୍ଦୁପତ୍ର ଉପରେ ନିର୍ଭର କରନ୍ତି । ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଆର୍ଥିକ ସହାୟତା ବିଶେଷ ସହାୟକ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.