ETV Bharat / state

ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ BMC, ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ - ବିଏମସି ପାଇଁ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ବିଏମସିକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 416ଟି ନୂଆ ପଦବୀକୁ ଅନୁମୋଦନ ଦେଇଛନ୍ତି । ଅଧିକ ପଢନ୍ତୁ

cm naveen patnaik approves news posts for bmc
୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
author img

By ETV Bharat Odisha Team

Published : Aug 25, 2023, 12:45 PM IST

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ । ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ପୂର୍ବରୁ ୨୧୦ଟି ପଦବୀ ଥିବାବେଳେ ବର୍ତ୍ତମାନ 416ଟି ପଦବୀ ସୃଷ୍ଟି ଦ୍ବାରା ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ହୋଇଛି । ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି ହୋଇଛି । ଡ୍ରେନେଜ ବିଭାଗରେ ୨୦ଟି ନୂଆ ପଦବୀ ସୃଷ୍ଟି ହେବା ସହ ପ୍ରତି ୱାର୍ଡ ପାଇଁ ସ୍ବତନ୍ତ୍ର ୱାର୍ଡ ଅଫିସର ନିଯୁକ୍ତ ହେବ ।

ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବାର ଆବଶ୍ୟକତା ରହିଛି । ଏହା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟାଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର ନିଗମର ଗୁରୁଦାୟିତ୍ବ ରହିଛି । ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଏହାର ଦାୟିତ୍ବ ନିୟମିତ ଭାବେ ବଢି ଚାଲିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହା ଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି । ଏହା ସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।

ନିଗମର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଞ୍ଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ସାନିଟେସନ (ଇଞ୍ଜିନିୟରିଂ) ବିଭାଗରେ ୫ଟି ନୂତନ ପଦବୀ, ଡ୍ରେନେଜ ବିଭାଗରେ ୨୦ଟି ପଦବୀ, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍‌ଫୋର୍ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି ।

ଏହା ବି ପଢନ୍ତୁ...ସ୍ବଚ୍ଛ ସର୍ବେକ୍ଷେଣରେ BMCକୁ ପୁରସ୍କାର

ଇଞ୍ଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି । ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି । ପରିମଳ (ଇଞ୍ଜିନିୟରିଂ) ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ । ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଞ୍ଜିନିୟରିଂ ପଦବୀ ରହିଛି ।

ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି । ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା । ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା । ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ ଏଥିରେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି । ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍‌ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି । ସାନିଟାରୀ ଇନ୍ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.