ETV Bharat / state

ବିକଶିତ ହେବ ମା' ଭଗବତୀ, ମଙ୍ଗଳା ଓ ଉଗ୍ରତାରାଙ୍କ ପୀଠ, ମାଷ୍ଟରପ୍ଲାନ ଅନୁମୋଦିତ

ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁରର ମା' ମଙ୍ଗଳା, ଭୂଷୁଣ୍ଡପୁରର ମା' ଉଗ୍ରତାରା ଓ ବାଣପୁରର ମା' ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଅଧିକ ପଢନ୍ତୁ

author img

By

Published : Mar 20, 2023, 10:39 PM IST

ବିକଶିତ ହେବ ମା' ଭଗବତୀ, ମଙ୍ଗଳା ଓ ଉଗ୍ରତାରାଙ୍କ ପୀଠ, ମାଷ୍ଟର ପ୍ଲାନ ଅନୁମୋଦନ

ଭୁବନେଶ୍ବର: ବିକଶିତ ହେବ ମା' ଭଗବତୀ, ମା' ମଙ୍ଗଳା ଓ ମା' ଉଗ୍ରତାରାଙ୍କ ପୀଠ । ୩ ପ୍ରମୁଖ ଶକ୍ତିପୀଠର ବିକାଶ ମାଷ୍ଟର ପ୍ଲାନକୁ ଆଜି ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ଟି ଉପକ୍ରମରେ କାର୍ଯ୍ୟକାରୀ ହେବ ଏହି ଯୋଜନା । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତିପୀଠ ଭାବରେ ପ୍ରସିଦ୍ଧ ଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇ ଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମା'ଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମା'ଙ୍କ ଏହି ପବିତ୍ର ମାସ ଅବସରରେ ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁରର ମା' ମଙ୍ଗଳା, ଭୂଷୁଣ୍ଡପୁରର ମା' ଉଗ୍ରତାରା ଓ ବାଣପୁରର ମା' ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ୫ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜୀର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ଏହାବି ପଢନ୍ତୁ- Odisha Assembly: ପର୍ଯ୍ୟଟନ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ 125 କୋଟି

ପୁରୀ ଜିଲ୍ଲାର କାକଟପୁରରେ ବିରାଜିତ ମା' ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା' ମଙ୍ଗଳାଙ୍କ ପୀଠ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମା'ଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଆନ୍ତି । ଚୈତ୍ର ମାସରେ ଝାମୁ ଯାତ୍ରା ମା'ଙ୍କ ପ୍ରସିଦ୍ଧ ପର୍ବ । ୫ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ଖୋଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ , ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ । ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, Landscaping ଓ ବୃକ୍ଷରୋପଣ କରାଯିବା । ଏହା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସଂପୂର୍ଣ୍ଣ କରିବ ।

ସେହିପରି ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା' ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା'ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି । ମା'ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମା'ଙ୍କ ମନ୍ଦିରର ବିକାଶ ପାଇଁ ୫ଟି ଉପକ୍ରମରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି । ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ ।

ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା' ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ arrival plaza, ଯାତ୍ରୀଙ୍କ ସୁବିଧା, ପାର୍କିଂ, landscaping, picnic spot, ଯାତ୍ରା ପଡିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ଦ୍ଵାରା ୧୮ ମାସ ମଧ୍ୟରେ କାମ ଶେଷ କରାଯିବ । ଏହି ୩ ଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଯୋଜନା ସଂପର୍କରେ ସେମାନଙ୍କ ମତାମତ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭିକେ ପାଣ୍ଡିଆନ ବିଭିନ୍ନ ସମୟରେ ଏହି ପୀଠ ମାନଙ୍କୁ ଗସ୍ତ କରି ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ବିକାଶ ସଂପର୍କରେ ଆଲୋଚନା କରିଛନ୍ତି । ଆଜିର ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିବାବେଳେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଉପସ୍ଥାପନା ରଖିଛନ୍ତି । ତିନି ପୀଠର ସେବାୟତମାନେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଛନ୍ତି । ସେବାୟତମାନେ ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.