ETV Bharat / state

ଖଡଗ ନଦୀରେ ହେବ ନଦୀଗର୍ଭ ଜଳାଶୟ, ଖର୍ଚ୍ଚ ହେବ ୧୨୬ କୋଟି

author img

By

Published : Jul 20, 2023, 7:47 PM IST

ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ । ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଛି । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲାର ଲୋକ ସୁବିଧା ପାଇବେ । ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ । ଅଧିକ ପଢନ୍ତୁ

ଖଡଗ ନଦୀରେ ହେବ ନଦୀଗର୍ଭ ଜଳାଶୟ; ଖର୍ଚ୍ଚ ହେବ ୧୨୬ କୋଟି

ଭୁବନେଶ୍ବର: ଖଡଗ ନଦୀଗର୍ଭ ଜଳାଶୟ ନିର୍ମାଣକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଳାଶୟ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା । ଏହା ଦ୍ବାରା ଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ । ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଛି । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲାର ଲୋକ ସୁବିଧା ପାଇବେ । ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ । ବାଲିଗୁଡ଼ା ବ୍ଳକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ପ୍ରକଳ୍ପ ନିର୍ମାଣ ହେବ ।

ଏହାବି ପଢନ୍ତୁ- ଦାବି ଦୋହରାଉଛି ରାଜ୍ୟ, ଶୁଣୁନି କେନ୍ଦ୍ର !

କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ । ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରା ଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ କରିବ । ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ଏହା ବିଶେଷ ସହାୟକ ହେବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗତ ୫ ତାରିଖରେ 5T ସଚିବ ଭିକେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ । ସେ ସମୟରେ ସ୍ଥାନୀୟ ଜନସାଧାରଣ ଖଡ଼ଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବିପତ୍ର ଦେଇଥିଲେ । ଏ ସଂପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଜନସାଧାରଣଙ୍କ ଦାବୀ ସଂପର୍କରେ ଅବଗତ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଛନ୍ତି । ପ୍ରକଳ୍ପକୁ ମଧ୍ୟ ଆଜି ଅନୁମୋଦନ ଦେଇଛନ୍ତି ।

ଅଗ୍ନିଶମ ସେବାର ୨୬ ପଦବୀକୁ ଅନୁମୋଦନ :- ଓଡ଼ିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥି ମଧ୍ୟରେ ତିନିଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନିଟି ଲିଡିଂ ଫାୟାର ମ୍ୟାନ୍‌ ଓ ୨୦ଟି ଫାୟାରମ୍ୟାନ ପଦବୀ ରହିଛି । ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇ ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପୋଷଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.